ଭୋଟ ପରିଚୟପତ୍ର ସଂଶୋଧନ ପାଇଁ ଶିକ୍ଷକ ନେଲେ ହଜାରେ, ‘ଭୁଲ୍‌’ ପଚାରିବାରୁ ମହିଳାଙ୍କୁ ମାଡ଼

ମହାକାଳପଡ଼ା,୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହିଳାଙ୍କ ଭୋଟ ପରିଚୟପତ୍ର ସଂଶୋଧନ କରିବାକୁ ଜଣେ ଶିକ୍ଷକ ହଜାରେ ଟଙ୍କା ନେଇଥିଲେ। ଏହା ଠିକ୍‌ ଭାବେ ସଂଶୋଧନ ନ ହେବାରୁ ପଚାରିବାରୁ ତାଙ୍କୁ ଶିକ୍ଷକ ଜଣକ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ରାମନଗର ଗାଁର ମିନା ବେହେରାଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି।
ସ୍ବାମୀଙ୍କ ମୃତ୍ୟୁ ପରେ ମିନା ବାପଘରେ ରହୁଥିଲେ। ରାମନଗର ଗାଁରେ ମିନା ଜାଗା କିଣି ଘର କରି ରହୁଛନ୍ତି। ସରକାରୀ ଆଇନ ଅନୁସାରେ, ଭୋଟ କାର୍ଡର ଆବଶ୍ୟକତା ରହିଛି। ଭୋଟ କାର୍ଡ ମିନାଙ୍କ ସ୍ବାମୀ ପରିବର୍ତ୍ତେ ବାପାଙ୍କ ନାମ ଥିବାରୁ ସରକାରୀ ସ୍ତରରେ ସମସ୍ୟାରେ ସମ୍ମୁଖୀନ ହେଉଥିଲେ। ଭୋଟ କାର୍ଡ ସଂଶୋଧନ ଦାୟିତ୍ୱରେ ଥିବା ରାମନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଦୀପଙ୍କର ଦାସଙ୍କ ନିକଟକୁ ଯାଇ ଜଣାଇଥିଲେ। ଶିକ୍ଷକ ଦାସ ହଜାରେ ଟଙ୍କା ଦେଲେ କାର୍ଡ ସଂଶୋଧନ ହୋଇଯିବ କହିଥିଲେ। ସେ ମଜୁରି ଲାଗି ହଜାରେ ଟଙ୍କା ଶିକ୍ଷକଙ୍କ ଘରେ ନେଇ ଦେଇଥିଲେ। କାର୍ଡ ସଂଶୋଧନ ହୋଇ ଆସିବା ପରେ ପୂର୍ବ ତ୍ରୁଟି ରହିଥିଲା। ଏ ନେଇ ମିନା ଶିକ୍ଷକ ଦାସଙ୍କୁ ପଚାରିବାରୁ ଟଙ୍କା ନେଲ, କାର୍ଡ କାହିଁକି ଭୁଲ୍‌ ରହିଲା। ଶିକ୍ଷକ ଦାସ କହିଥିଲେ, ତୁମର ଡବଲ ଭୋଟ କାର୍ଡ ଅଛି, ଗୋଟିଏ କାଟି ଦେବି ନଚେତ ଭୋଟର ତାଲିକାରୁ ବାଦ୍‌ ଦେବି ବୋଲି କହିଥିଲେ। ମିନା ଭୋଟ କାର୍ଡ କାହିଁକି କାଟିବ ବୋଲି ପଚାରିବାରୁ ଶିକ୍ଷକ ଦାସ ବିଦ୍ୟାଳୟ ଭିତରେ ତଣ୍ଟିଆ, ଧକ୍କା ମାରି ତାଲିକାରୁ ନାମ କାଟି ଦେବି ବୋଲି କହିଥିଲେ। ଏ ନେଇ ଶୁକ୍ରବାର ଥାନାରେ ଶିକ୍ଷକ ଦାସଙ୍କ ବିରୋଧରେ ମିନା ଅଭିଯୋଗ କରିଥିଲେ। ଆଇଆଇସି ରଞ୍ଜିତ ମହାନ୍ତି କହିଛନ୍ତି, ମହିଳାଙ୍କ ପକ୍ଷରୁ ଅଭିଯୋଗ ମିଳିଛି। ତଦନ୍ତ ହେବ। ବିଇଓ ତନ୍ମୟ ବେହେରା କହିଛନ୍ତି, ଏ ସମ୍ପର୍କରେ ଅବଗତ ଅଛି। ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri