ରାସ୍ତାରେ ଯୁବକଙ୍କୁ ଆଣ୍ଠେଇ ମାଡ଼

ଫୁଲନଖରା, ୩୦।୧୦(ଡି.ଏନ୍‌.ଏ.): କଟକରେ ପୁଣି ତାଲିବାନୀ ଶାସନର ପୁନରାବୃତ୍ତି ଦେଖିବାକୁ ମିଳିଛି। ଗତ କିଛି ଦିନ ପୂର୍ବରୁ ଜଣେ ଯୁବକଙ୍କୁ ଏକ ସ୍କୁଟି ପଛରେ ରଶି ବାନ୍ଧି ଘୋଷାଡ଼ି ନେବାର ଦୃଶ୍ୟ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ପୁଣି ୧୬ ନମ୍ବର ଜାତୀୟ ରାଜପଥ ପ୍ରତାପନଗରୀ ସ୍ଥିତ ଏକ ଗାଡ଼ି ଶୋ’ରୁମ୍‌ ସମ୍ମୁଖରେ ରାସ୍ତା ମଝିରେ ଜଣେ ଯୁବକଙ୍କୁ ଆଣ୍ଠେଇ ମାଡ଼ ମାରୁଥିବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। କଟକ ସଦର ଥାନା ପୋଲିସ ଏହି ଘଟଣାରେ ଶନିବାର ରାତିରେ କଟକ ଚାନ୍ଦିନୀଚୌକରୁ ଅମରେନ୍ଦ୍ର ପ୍ରତାପ ସ୍ବାଇଁ ନାମକ ଜଣେ ଯୁବକଙ୍କୁ ଗିରଫ କରିଛି। ଅମରେନ୍ଦ୍ର ରାଜ୍ୟର ଜଣେ ମନ୍ତ୍ରୀଙ୍କ ପୁତୁରା ବୋଲି ସୂଚନା ମିଳିଛି।
ପ୍ରକାଶ, ଗୁରୁବାର ଭୁବନେଶ୍ୱରରୁ ପ୍ରାୟ ୧୦ଜଣ ଯୁବକ କାର୍‌ ମରାମତି ପାଇଁ ଏକ ଶୋ’ ରୁମ୍‌କୁ ଆସିଥିଲେ। ସେମାନଙ୍କ କାର୍‌ (ଓଡ଼ି ୦୫ଏଏଫ-୧୪୧୪)କୁ ଭୁବନେଶ୍ୱରରେ ଅନ୍ୟ ଏକ ଗାଡ଼ି ଧକ୍କା ଦେଇଥିବାରୁ ଉକ୍ତ ଗାଡ଼ି ମାଲିକଙ୍କୁ ଧରି ମରାମତି ପାଇଁ ଆସିଥିଲେ। ତେବେ ମରାମତି ପାଇଁ ଅଧିକ ଟଙ୍କା ଖର୍ଚ୍ଚ ହେବା ଜାଣି ସମ୍ପୃକ୍ତ ଗାଡ଼ି ମାଲିକ ଅକ୍ଷମତା ପ୍ରକାଶ କରିଥିଲେ। ଫଳରେ ଯୁବକମାନେ ଉତ୍‌କ୍ଷିପ୍ତ ହୋଇ ସମ୍ପୃକ୍ତ ଗାଡ଼ି ମାଲିକଙ୍କୁ ଶୋ’ରୁମ୍‌ ନିକଟସ୍ଥ ଜାତୀୟ ରାଜପଥର ସର୍ଭିସ ରୋଡ୍‌ରେ ଆଣ୍ଠେଇ ଦେଇ ନିର୍ଦ୍ଧୂମ ମାଡ଼ ମାରିଥିଲେ। ଏହି ସମୟରେ ସ୍ଥାନୀୟ ତେଲେଙ୍ଗାପେଣ୍ଠ ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କୁ ଉଦ୍ଧାର କରିବା ପାଇଁ ଆସିବାରୁ ତାଙ୍କୁ ମାଡ଼ ମାରିଥିଲେ। ପରେ ପ୍ରତାପନଗରୀ ଗ୍ରାମର ନିର୍ମଳ ସ୍ବାଇଁ ସଂପୃକ୍ତ ଯୁବକଙ୍କୁ ଉଦ୍ଧାର କରିବା ପାଇଁ ଯିବାରୁ ଯୁବକମାନେ ତାଙ୍କୁ ମଧ୍ୟ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ରୁଣ୍ଡ ହୋଇଯିବାରୁ ଯୁବକମାନେ କାର୍‌କୁ ଶୋ’ରୁମ୍‌ରେ ଛାଡ଼ି ଅନ୍ୟ ଦୁଇଟି ଗାଡ଼ିରେ ପଳାଇଯାଇଥିଲେ। ଏନେଇ ନିର୍ମଳ କଟକ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟମାନଙ୍କୁ ଖୁବଶୀଘ୍ର କରାଯିବ ବୋଲି ଆଇଆଇସି ରଶ୍ମିରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?