କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି। ଏ ସମ୍ପର୍କରେ ପୋଲିସ ଜାଣିପାରି ତୁରନ୍ତ ଗାଁରେ ପହଞ୍ଚି ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଛି। ଏଭଳି ଘଟଣା ମାଲକାନଗିରି ଜିଲା ଏମ୍‌ଭି ୭୯ ଥାନା ପଡିଆ ବ୍ଲକ କାଲଧାପଲ୍ଲୀ ପଞ୍ଚାୟତ ତାଙ୍ଗୁଡ଼କୋଣ୍ଡା ଗ୍ରାମରେ ରବିବାର ଦେଖିବାକୁ ମିଳିଛି। ମାଡ଼ ଖାଇଥିବା ଯୁବକ ହେଲେ ଚେନସା ମାଢ଼ି (୩୫)।
ଚେନସାଙ୍କ କହିବା ଅନୁଯାୟୀ, କିଛିଦିନ ତଳେ ଗ୍ରାମବାସୀଙ୍କୁ ସ୍ବପ୍ନ ହୋଇଥିଲା ଯେ, ସେ ଗୁଣିଗାରେଡ଼ି କରୁଛନ୍ତି। ଏହାକୁ ନେଇ ଗ୍ରାମରେ କଙ୍ଗାରୁ କୋର୍ଟ ବସିଥିଲା। ସେଠାରେ ତାଙ୍କୁ ମାଡ଼ ମରାଯିବା ସହ ବେକରେ ରସି ଲଗାଇ ଜୀବନରୁ ମାରିଦେବା ପାଇଁ ଉଦ୍ୟମ କରାଯାଇଥିଲା। ପରେ ତାଙ୍କୁ ଗ୍ରାମର କେତେକ ଯୁବକ ନଦୀକୂଳକୁ ନେଇ ନିସ୍ତୁକ ମାଡ଼ ମାରି ଗୁରୁତର ଅବସ୍ଥାରେ ଘରେ ଆଣି ପକାଇ ଦେଇଥିଲେ। ଯଦି ଥାନା କିମ୍ବା ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବ, ତେବେ ପରିବାରର ସମସ୍ତଙ୍କୁ ଜୀବନରୁ ମାରିଦେବୁ ବୋଲି ଚେତାବନୀ ଦେଇଥିଲେ ।

ଘଟଣା ପରେ ପରିବାର ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁଣିଗାରେଡି ସନ୍ଦେହରେ ଗ୍ରାମର କେତେକ ଯୁବକ ନିସ୍ତୁକ ମାଡ଼ ମାରିଥିବା ଖବର ଏମ୍‌ଭି ୭୯ ପୋଲିସ ଜାଣିପାରି ଗ୍ରାମରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ଚିକିିତ୍ସା କରିଥିବା ଜଣାପଡିଛି । ଏହାକୁ ନେଇ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନାହିଁ l

ଏ ସମ୍ପର୍କରେ ଥାନା ଅଧିକାରୀ ସୁବାସ କର୍କରାଙ୍କୁ ପଚାରିବାରୁ ଖବର ଜାଣିବା ପରେ ତୁରନ୍ତ ପଡିଆ ଥାନାକୁ ଘଟଣା ସମ୍ପର୍କରେ ଜଣାଇବା ସହ ପୋଲିସ ଟିମ୍‌ ଗାଁରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଛି। ବର୍ତ୍ତମାନ ଚେନସା ସୁସ୍ଥ ଅଛନ୍ତି। ଏ ପର୍ଯ୍ୟନ୍ତ ସେ କିମ୍ବା ତାଙ୍କ ପରିବାର ତରଫରୁ ଥାନାରେ କୌଣସି ଅଭିଯୋଗ କରି ନାହାନ୍ତି। ପୋଲିସ ପକ୍ଷରୁ ଗ୍ରାମର ମୁଖିଆଙ୍କୁ ଡକାଯାଇଛି। ପଚରାଉଚରା ପରେ ସମ୍ପୂର୍ଣ୍ଣ ଘଟଣା ଜଣାପଡିବ। ଘଟଣାର ତଦନ୍ତ ଚାଲିଥିବା ଥାନା ଅଧିକାରୀ କର୍କରା କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri