ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ରାଗିଗଲେ ଲେଖାଶ୍ରୀ କହିଲେ, ଗଭର୍ନର ପୁଅ ବୋଲି କଣ ସାତ ଖୁନ ମାଫ

ଭୁବନେଶ୍ୱର,୧୬।୭: ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର  ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ।
ସେ କହିଛନ୍ତି, ପୁରୀ ରାଜଭବନରେ ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାର ୧୦ ଦିନ ହେଲାଣି, ପରେବି ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହାନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ, ଦୁଃଖଦାୟକ ଓ ହୃଦୟ ବିଦାରକ । ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ମୁଣ୍ଡେଇବାର ନାଟକ କରୁଛନ୍ତି । ଯଦି ମୋହନ ସରକାରର ଆନ୍ତରିକତା ଥାନ୍ତା, ତେବେ ସେ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତେ ।

ସେ ଆହୁରି ମଧ୍ୟ କହିଛନ୍ତି, ଜଣେ ଅଣ ଓଡ଼ିଆ ଲୋକ ଓଡିଆଙ୍କୁ ନିସ୍ତୁକ ମାଡ଼ ମାରୁଛନ୍ତି । ସର୍ବଭାରତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଛି । ଗଣମାଧ୍ୟମରେ ଏହି ଖବର ଶିରୋନାମା ପାଲଟିଛି, ହେଲେ ରାଜ୍ୟ ସରକାର କିନ୍ତୁ ଏ ସମ୍ପର୍କରେ ପୂରା ନିରବ ରହିଛନ୍ତି । ଆଇନ ସମସ୍ତଙ୍କ ପାଇଁ ସମାନ, ହେଲେ ଗରିବ ଲୋକ ପାଇଁ ଗୋଟେ ଆଇନ ଓ ପଦ ପଦବୀରେ ଥିବା ଲୋକ ପାଇଁ ଆଉ ଗୋଟେ ଆଇନ ଆମେ ପ୍ରଥମଥର ଦେଖୁଛୁ । ଗଭର୍ନର ପୁଅ ବୋଲି କଣ ସାତ ଖୁନ ମାଫ ବୋଲି କହିଛନ୍ତି ଲେଖାଶ୍ରୀ  ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri