ଟୋଲଗେଟରେ ଗଣ୍ଡଗୋଳ: ଭାଜପା ନେତାଙ୍କୁ ମାଡ଼

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଭାଜପା ସଭାପତି ଗିରୀଶ ପଟେଲଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଭୁବନେଶ୍ୱରଠାରେ ଆୟୋଜିତ କର୍ମୀ ସମ୍ମିଳନୀରେ ଯୋଗଦେବାକୁ ଯାଉଥିଲେ। ଆଠଗଡ଼ ଟୋଲଗେଟରେ ୨ଜଣ ଭାଜପା ନେତାଙ୍କୁ ମାରପିଟ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଜଣେ ନାକଟିଦେଉଳ ବ୍ଲକ ଓ ଅନ୍ୟ ଜଣେ ଯୁଯୁମୁରା ବ୍ଲକର ନେତା ଅଟନ୍ତି।

ମିଳିଥିବା ସୂଚନା ମୁତାବକ ନାକଟିଦେଉଳରୁ ନେତା ଓ କର୍ମକର୍ତ୍ତା ବସ୍‌ ଯୋଗେ ଭୁବନେଶ୍ୱର ଯାଉଥିଲେ। ଆଠଗଡ଼ ଟୋଲଗେଟଠାରେ ସେମାନେ ଟିକସ ଦେବାକୁ ମନା କରିଥିଲେ। ଏହି ସମୟରେ ଜଣେ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନେଇ ଟୋଲ କର୍ମଚାରୀଙ୍କୁ ଧମକଚମକ ଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ସୁନ୍ଦରଗଡ଼ ଜିଲାର ଏକ ବସ୍‌ ମଧ୍ୟ ଅଟକିଥିଲା। ଦୁଇ ବସ୍‌ରେ ଥିବା କେତେଜଣ ଭାଜପା କର୍ମକର୍ତ୍ତା ଓ ଟୋଲ କର୍ମଚାରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ମାରପିଟ ହୋଇଥିଲା। ଗଣ୍ଡଗୋଳ ଖବର ପାଇ ପ୍ରାୟ ୫ଟି ଗାଡ଼ିରେ ଟୋଲ ଗେଟ କର୍ମଚାରୀ ପହଞ୍ଚିଥିଲେ। ସେଠାରେ ଉପସ୍ଥିତ ଯୁଯୁମୁରା ଅଞ୍ଚଳର ଜଣେ ନେତାଙ୍କୁ ସଂଘବଦ୍ଧ ଭାବେ ମାଡ଼ ମାରିଥିଲେ। ହେଲେ ଆଗଧାଡିର କେତେଜଣ ନେତା ହସ୍ତକ୍ଷେପ କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏହି ସମ୍ପର୍କରେ ଭାଜପା ଜିଲା ସଭାପତି ପଟେଲ କହିଛନ୍ତି ଯେ, ଟୋଲଗେଟରେ ଗଣ୍ଡଗୋଳ ହୋଇଥିବା ଘଟଣା ସତ। ଭାଜପା କର୍ମୀମାନେ ଟୋଲଗେଟ କର୍ମଚାରୀଙ୍କୁ ଟଙ୍କା ଦେଇଥିଲେ। ହେଲେ କର୍ମଚାରୀ ରସିଦ ଦେବାକୁ ମନା କରିଥିଲେ। ଓଲଟା ଗଣ୍ଡଗୋଳ କରି ହଇରାଣ ହରକତ କରିଥିଲେ। ସମ୍ବଲପୁର ଜିଲାରୁ ଆଶାନୁରୂପକ କର୍ମକର୍ତ୍ତା କାର୍ଯ୍ୟକ୍ରମରେ ଯୋଗଦେଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri