ଟୋଲଗେଟରେ ଗଣ୍ଡଗୋଳ: ଭାଜପା ନେତାଙ୍କୁ ମାଡ଼

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଭାଜପା ସଭାପତି ଗିରୀଶ ପଟେଲଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଭୁବନେଶ୍ୱରଠାରେ ଆୟୋଜିତ କର୍ମୀ ସମ୍ମିଳନୀରେ ଯୋଗଦେବାକୁ ଯାଉଥିଲେ। ଆଠଗଡ଼ ଟୋଲଗେଟରେ ୨ଜଣ ଭାଜପା ନେତାଙ୍କୁ ମାରପିଟ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଜଣେ ନାକଟିଦେଉଳ ବ୍ଲକ ଓ ଅନ୍ୟ ଜଣେ ଯୁଯୁମୁରା ବ୍ଲକର ନେତା ଅଟନ୍ତି।

ମିଳିଥିବା ସୂଚନା ମୁତାବକ ନାକଟିଦେଉଳରୁ ନେତା ଓ କର୍ମକର୍ତ୍ତା ବସ୍‌ ଯୋଗେ ଭୁବନେଶ୍ୱର ଯାଉଥିଲେ। ଆଠଗଡ଼ ଟୋଲଗେଟଠାରେ ସେମାନେ ଟିକସ ଦେବାକୁ ମନା କରିଥିଲେ। ଏହି ସମୟରେ ଜଣେ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନେଇ ଟୋଲ କର୍ମଚାରୀଙ୍କୁ ଧମକଚମକ ଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ସୁନ୍ଦରଗଡ଼ ଜିଲାର ଏକ ବସ୍‌ ମଧ୍ୟ ଅଟକିଥିଲା। ଦୁଇ ବସ୍‌ରେ ଥିବା କେତେଜଣ ଭାଜପା କର୍ମକର୍ତ୍ତା ଓ ଟୋଲ କର୍ମଚାରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ମାରପିଟ ହୋଇଥିଲା। ଗଣ୍ଡଗୋଳ ଖବର ପାଇ ପ୍ରାୟ ୫ଟି ଗାଡ଼ିରେ ଟୋଲ ଗେଟ କର୍ମଚାରୀ ପହଞ୍ଚିଥିଲେ। ସେଠାରେ ଉପସ୍ଥିତ ଯୁଯୁମୁରା ଅଞ୍ଚଳର ଜଣେ ନେତାଙ୍କୁ ସଂଘବଦ୍ଧ ଭାବେ ମାଡ଼ ମାରିଥିଲେ। ହେଲେ ଆଗଧାଡିର କେତେଜଣ ନେତା ହସ୍ତକ୍ଷେପ କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏହି ସମ୍ପର୍କରେ ଭାଜପା ଜିଲା ସଭାପତି ପଟେଲ କହିଛନ୍ତି ଯେ, ଟୋଲଗେଟରେ ଗଣ୍ଡଗୋଳ ହୋଇଥିବା ଘଟଣା ସତ। ଭାଜପା କର୍ମୀମାନେ ଟୋଲଗେଟ କର୍ମଚାରୀଙ୍କୁ ଟଙ୍କା ଦେଇଥିଲେ। ହେଲେ କର୍ମଚାରୀ ରସିଦ ଦେବାକୁ ମନା କରିଥିଲେ। ଓଲଟା ଗଣ୍ଡଗୋଳ କରି ହଇରାଣ ହରକତ କରିଥିଲେ। ସମ୍ବଲପୁର ଜିଲାରୁ ଆଶାନୁରୂପକ କର୍ମକର୍ତ୍ତା କାର୍ଯ୍ୟକ୍ରମରେ ଯୋଗଦେଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?