Posted inଜାତୀୟ

ପିଲା ଚୋର କହି ସାଧୁଙ୍କୁ ନିସ୍ତୁକ ପିଟିଲେ…

ମୁମ୍ବାଇ,୧୪।୯ : ମହାରାଷ୍ଟ୍ରରେ ସାଧୁଙ୍କ ଉପରେ ଆକ୍ରମଣର ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ସାଂଗଲିର ଏକ ସଦ୍ୟତମ ଘଟଣାରେ ଗ୍ରାମବାସୀମାନେ ଚାରିଜଣ ସାଧୁଙ୍କୁ ପିଲା ଚୋର ବୋଲି କହି ନିସ୍ତୁକ ପିଟିଥିଲେ। ମଙ୍ଗଳବାର ଏହି ଘଟଣା ଘଟିଛି। ପୋଲିସର ସୂଚନାନୁସାରେ, ଚାରି ସାଧୁ ଉତ୍ତରପ୍ରଦେଶର ମଥୁରାର ବାସିନ୍ଦା ଏବଂ କର୍ନାଟକର ବିଜାପୁରରୁ ପନ୍ଦରପୁର ଅଭିମୁଖେ ଦର୍ଶନ ପାଇଁ ଯାଉଥିଲେ। ପୋଲିସ କହିଛି ଯେ ସାଧୁମାନେ ଏ ବାବଦରେ କୌଣସି ଅଭିଯୋଗ କରିନାହାଁନ୍ତି, ତେଣୁ ଏପର୍ଯ୍ୟନ୍ତ ଏଫଆଇଆର ପଞ୍ଜୀକୃତ ହୋଇନାହିଁ।

ସେମାନେ ସୋମବାର ଗାଁର ଏକ ମନ୍ଦିରରେ ରହିଥିଲେ। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ମଙ୍ଗଳବାର ଯାତ୍ରା ଆରମ୍ଭ କରିବାବେଳେ ସେମାନେ ଜଣେ ପିଲାଙ୍କୁ ରାସ୍ତା ସମ୍ପର୍କରେ ପଚାରି ବୁଝିଥିଲେ। ଏହାଦ୍ୱାରା କିଛି ସ୍ଥାନୀୟ ଲୋକ ସନ୍ଦେହ କରିଥିଲେ ଯେ ସେମାନେ ପିଲାମାନଙ୍କୁ ଅପହରଣ କରୁଥିବା ଅପରାଧୀ ଗ୍ୟାଙ୍ଗର ସଦସ୍ୟ। ଏହା ପରେ କିଛି ଗ୍ରାମବାସୀ ସାଧୁଙ୍କୁ ବାଡ଼ିରେ ପିଟିବା ଆରମ୍ଭ କରିଥିଲେ। ଖବର ପାଇ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ପଚରାଉଚରା ବେଳେ ସାଧୁ ଉତ୍ତରପ୍ରଦେଶର ଏକ ଆଖଡାର ସଦସ୍ୟ ବୋଲି ଜାଣିବାକୁ ପାଇଥିଲେ।

ଭାଷା ବୁଝିବାରେ ଅସୁବିଧା ଯୋଗୁ ସ୍ଥାନୀୟ ଲୋକମାନେ ସନ୍ଦେହ ପ୍ରକଟ କରିଥିଲେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରାସ୍ତାରେ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା ବେଳେ ପରସ୍ପରର ସ୍ଥାନୀୟ ଭାଷା ବୁଝାନପଡ଼ିବାରୁ ଥିବାରୁ ଏହି ମାମଲା ଏଭଳି ଘଟିଥିଲା ।

ଏହାପୂର୍ବରୁ, ୨୦୨୦ ମସିହାରେ, ପାଲଘରର ଗାଡଚିଞ୍ଚାଲେ ଗ୍ରାମରେ ଲୋକେ ଦୁଇଜଣ ସାଧୁଙ୍କୁ ଶିଶୁ ଚୋର ସନ୍ଦେହରେ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri