Posted inଜାତୀୟ

ଗୋମାଂସ ନେବା ସନ୍ଦେହରେ ପିଟି ହତ୍ୟା

ସିଓ୍ବାନ, ୧୧ା୩: ବିହାରର ସରନ୍‌ ଜିଲାରେ ଗୋମାଂସ ନେଉଥିବା ସନ୍ଦେହରେ ଜଣେ ୫୬ ବର୍ଷୀୟ ବ୍ୟକ୍ତିଙ୍କୁ କେତେଜଣ ପିଟି ମାରିଦେଇଛନ୍ତି। ଗତ ମଙ୍ଗଳବାର ଏହି ଭିଡ଼ହିଂସା ଘଟିଥିବାବେଳେ ପୋଲିସ ଏପର୍ଯ୍ୟନ୍ତ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ସରପଞ୍ଚ ସୁଶୀଲ ସିଂ ଅଛନ୍ତି। ମୃତ ନସିମ୍‌ କୁରେଶୀଙ୍କ ଘର ସିଓ୍ବାନ ଜିଲାର ହାସନପୁର ଗ୍ରାମରେ। ତାଙ୍କଠାରୁ ଗୋମାଂସ ଜବତ ହୋଇଛି କି ନାହଁି ପୋଲିସ ତାହା ସ୍ପଷ୍ଟ କରିନାହିଁ। ପୋଲିସ କହିବା ଅନୁଯାୟୀ, ନସିମ ଓ ତାଙ୍କ ପୁତୁରା ଫିରୋଜ କୁରେଶୀ ମଙ୍ଗଳବାର ସେମାନଙ୍କ ସମ୍ପର୍କୀୟଙ୍କୁ ଭେଟିବା ଲାଗି ସରନ ଜିଲାର ଜୋଗିଆ ଗ୍ରାମକୁ ଯାଉଥିଲେ। ସେମାନେ ବ୍ୟାଗ୍‌ରେ ଗୋମାଂସ ନେଉଥିବା ସନ୍ଦେହ କରି କେତେଜଣ ସେମାନଙ୍କୁ ଗାଁ ମୁଣ୍ଡରେ ଅଟକାଇଥିଲେ। ଫିରୋଜ କୌଣସି ପ୍ରକାରେ ଖସି ପଳାଇଥିବାବେଳେ ନସିମ୍‌ଙ୍କୁ ଉତ୍ତ୍ୟକ୍ତ ଲୋକେ ନିର୍ଘାତ ମାଡ଼ ମାରିବା ପରେ ସ୍ଥାନୀୟ ପୋଲିସକୁ ହସ୍ତାନ୍ତର କରିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri