Posted inଜାତୀୟ

ଭାଜପାକୁ ଭୋଟ ଦେଇ ମାଡ଼ ଖାଇଥିବା ମହିଳାଙ୍କୁ ଭେଟିଲେ ଶିବରାଜ

ଭୋପାଳ,୯।୧୨: ମଧ୍ୟପ୍ରଦେଶରେ ଚମତ୍କାର ବିଜୟ ହାସଲ କରିଥିବା ଭାଜପା ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଦ୍ବନ୍ଦରେ ରହିଛି। ଏହି ଦୌଡ଼ରେ ଅନେକ ନାମ ଉପରେ ଆଲୋଚନା ହେଉଛି। ଏହି ପଦ ପାଇଁ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ଶିବରାଜ ସିଂ ମଧ୍ୟ ରହିଛନ୍ତି। ଏବେ ସେ ଲୋକମାନଙ୍କ ନିକଟକୁ ଯାଉଛନ୍ତି ଏବଂ ସେମାନଙ୍କୁ ଏକ ବଡ଼ ବିଜୟ ପାଇଁ ଅଭିନନ୍ଦନ ଜଣାଉଛନ୍ତି। ଏହାରି ମଧ୍ୟରେ ଜଣେ ମୁସଲମାନ ମହିଳାଙ୍କୁ ସେ ଭେଟିଥିଲେ ଯିଏ ଭାଜପାକୁ ଭୋଟ୍ ଦେଇ, ନିଜେ ସମସ୍ୟାରେ ପଡିଛନ୍ତି।

ସୂଚନାଯୋଗ୍ୟ, ‘ସାମିନା ବି’ ନାମକ ଜଣେ ମହିଳା ନିଜ ପିଲାମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ନିବାସରେ ପହଞ୍ଚିଥିଲେ। ତାଙ୍କୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଡାକିଥିବା ସୂଚନା ମିଳିଛି। ଏହାର କାରଣ ହେଉଛି, ସେହୋର ଜିଲ୍ଲାର ବାରଖଡା ହାସନ ଗାଁର ଜଣେ ମୁସଲମାନ ମହିଳାଙ୍କୁ ଭାଜପାକୁ ଭୋଟ୍ ଦେବା ପାଇଁ ଆକ୍ରମଣ କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂଚନା ପାଇଥିଲା। ଏହା ପରେ ଶିବରାଜ ସମିନା ବି’ଙ୍କୁ ମୁଖ୍ୟମନ୍ତ୍ରୀ ବାସଭବନକୁ ଡାକି ତାଙ୍କ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ, ଏବଂ ତାଙ୍କୁ ସୁରକ୍ଷା ନିଶ୍ଚିତ କରିଥିଲେ।

ଏହାପରେ ପରେ ଶିବରାଜ କହିଛନ୍ତି ଯେ, ”ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭାଜପାକୁ ଭୋଟ୍ ଦେଇଥିବାରୁ ମୋର ଜଣେ ଭଉଣୀଙ୍କୁ ତାଙ୍କ ପରିବାର ଦ୍ୱାରା ନିର୍ଯ୍ୟାତନା ଦିଆଯାଉଛି। ଏ ବାବଦରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି। ଏହା ସହିତ ପୀଡିତା ଭଉଣୀକୁ ସମ୍ପୂର୍ଣ୍ଣ ସୁରକ୍ଷା ଏବଂ ଆର୍ଥିକ ସହାୟତା ଦିଆଯିବ।” ସେ ଏହା ମଧ୍ୟ କହିଛନ୍ତି ମୋ ଭଉଣୀ, କୌଣସି ବିଷୟରେ ଚିନ୍ତା କର ନାହିଁ, ତୁମର ଭାଇ ସବୁବେଳେ ତୁମ ସହିତ ରହିଛି।”


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri