ପାର୍କିଂକୁ ନେଇ ମାଡ଼ପିଟ୍‌

ନିରାକାରପୁର,୯ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଏକ ହୋଟେଲ ସମ୍ମୁଖରେ ପାର୍କିଂକୁ ନେଇ ମାଡ଼ପିଟ୍‌ ହୋଇଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଥାନା ଶ୍ରୀନଗର ଗ୍ରାମ ଗଜୁଏକାର ଗୋପାଳ ପଟେଲ(୬0) ନାମକ ଜଣେ ବ୍ୟକ୍ତି ଜଙ୍କିଆ ଥାନାରେ ଏକ ଲିଖିତ ଅଭିଯୋଗ କରିଥିବା ବେଳେ ହୋଟେଲ ପକ୍ଷରୁ ମଧ୍ୟ ଥାନାରେ ଲିଖିତ ଅଭିଯୋଗ ହୋଇଛି।

ପଟେଲଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ଜଣେ ସମ୍ପର୍କୀୟଙ୍କ ବାହାଘରରେ ସେମାନେ କଟକରୁ ଏପି-୩୭-ଟିଏ-୨୧୭୩ ନମ୍ବର ବିଶିଷ୍ଟ ଏକ ଘରୋଇ ବସ୍‌ରେ ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାରେ ଫେରୁଥିଲେ। ଫେରିବା ବାଟରେ ଖୋର୍ଦ୍ଧା ସଦର ଥାନା ଅଧିନସ୍ଥ ତୋଟାପଡ଼ା ଛକସ୍ଥିତ ଏକ ହୋଟେଲରେ ଖାଇବାକୁ ଯାଇଥିଲେ। ତେବେ ବସ୍‌ ପାର୍କିଂକୁ ନେଇ ହୋଟେଲ ମାଲିକଙ୍କ ସହ ତାଙ୍କର ଝଗଡ଼ା ହୋଇଥିଲା। ଝଗଡ଼ା ପରେ ସେମାନେ ସେଠାରୁ ଆସୁଥିବା ସମୟରେ ଜଙ୍କିଆ ଥାନା ଅଧିନସ୍ଥ ଟୋଲ୍‌ଗେଟ୍‌ ପାଖରେ ତୋଟାପଡ଼ାର କିଛି ଯୁବକ ଆସି ବସ୍‌ଟିକୁ ଅଟକାଇ ତାଙ୍କୁ ମାଡ଼ପିଟ୍‌ କରିଥିବା ନେଇ ଲିଖିତ ଅଭିଯୋଗ ହେବା ପରେ ଥାନା ପକ୍ଷରୁ ୪୪୬/୨୩ରେ ଏକ ମାମଲା ରୁଜୁ ହୋଇଛି। ସେହିପରି ହୋଟେଲ ପକ୍ଷରୁ ଖୋର୍ଦ୍ଧା ସଦର ଥାନାରେ ଏକ ମୋକଦ୍ଦମା ରୁଜୁ ହୋଇଛି। ତେବେ ବସ୍‌ ପକ୍ଷରୁ ୪ଜଣଙ୍କୁ ସଦର ଥାନାରେ ପୋଲିସ ଅଟକ ରଖିଥିବା ବେଳେ ଜଙ୍କିଆ ଥାନାରେ ଜଣଙ୍କୁ ଅଟକ ରଖିଛି ଏବଂ ଏ ବସ୍‌ରେ ଥିବା ଯାତ୍ରୀଙ୍କ ମାଡ଼ରେ ହୋଟେଲ ମାଲିକଙ୍କ ପୁଅ ଗୁରୁତର ହୋଇଛନ୍ତି ବୋଲି ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞା ଋତୁମ୍ଭରା କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri