ପାର୍କିଂକୁ ନେଇ ମାଡ଼ପିଟ୍‌

ନିରାକାରପୁର,୯ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଏକ ହୋଟେଲ ସମ୍ମୁଖରେ ପାର୍କିଂକୁ ନେଇ ମାଡ଼ପିଟ୍‌ ହୋଇଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଥାନା ଶ୍ରୀନଗର ଗ୍ରାମ ଗଜୁଏକାର ଗୋପାଳ ପଟେଲ(୬0) ନାମକ ଜଣେ ବ୍ୟକ୍ତି ଜଙ୍କିଆ ଥାନାରେ ଏକ ଲିଖିତ ଅଭିଯୋଗ କରିଥିବା ବେଳେ ହୋଟେଲ ପକ୍ଷରୁ ମଧ୍ୟ ଥାନାରେ ଲିଖିତ ଅଭିଯୋଗ ହୋଇଛି।

ପଟେଲଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ଜଣେ ସମ୍ପର୍କୀୟଙ୍କ ବାହାଘରରେ ସେମାନେ କଟକରୁ ଏପି-୩୭-ଟିଏ-୨୧୭୩ ନମ୍ବର ବିଶିଷ୍ଟ ଏକ ଘରୋଇ ବସ୍‌ରେ ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାରେ ଫେରୁଥିଲେ। ଫେରିବା ବାଟରେ ଖୋର୍ଦ୍ଧା ସଦର ଥାନା ଅଧିନସ୍ଥ ତୋଟାପଡ଼ା ଛକସ୍ଥିତ ଏକ ହୋଟେଲରେ ଖାଇବାକୁ ଯାଇଥିଲେ। ତେବେ ବସ୍‌ ପାର୍କିଂକୁ ନେଇ ହୋଟେଲ ମାଲିକଙ୍କ ସହ ତାଙ୍କର ଝଗଡ଼ା ହୋଇଥିଲା। ଝଗଡ଼ା ପରେ ସେମାନେ ସେଠାରୁ ଆସୁଥିବା ସମୟରେ ଜଙ୍କିଆ ଥାନା ଅଧିନସ୍ଥ ଟୋଲ୍‌ଗେଟ୍‌ ପାଖରେ ତୋଟାପଡ଼ାର କିଛି ଯୁବକ ଆସି ବସ୍‌ଟିକୁ ଅଟକାଇ ତାଙ୍କୁ ମାଡ଼ପିଟ୍‌ କରିଥିବା ନେଇ ଲିଖିତ ଅଭିଯୋଗ ହେବା ପରେ ଥାନା ପକ୍ଷରୁ ୪୪୬/୨୩ରେ ଏକ ମାମଲା ରୁଜୁ ହୋଇଛି। ସେହିପରି ହୋଟେଲ ପକ୍ଷରୁ ଖୋର୍ଦ୍ଧା ସଦର ଥାନାରେ ଏକ ମୋକଦ୍ଦମା ରୁଜୁ ହୋଇଛି। ତେବେ ବସ୍‌ ପକ୍ଷରୁ ୪ଜଣଙ୍କୁ ସଦର ଥାନାରେ ପୋଲିସ ଅଟକ ରଖିଥିବା ବେଳେ ଜଙ୍କିଆ ଥାନାରେ ଜଣଙ୍କୁ ଅଟକ ରଖିଛି ଏବଂ ଏ ବସ୍‌ରେ ଥିବା ଯାତ୍ରୀଙ୍କ ମାଡ଼ରେ ହୋଟେଲ ମାଲିକଙ୍କ ପୁଅ ଗୁରୁତର ହୋଇଛନ୍ତି ବୋଲି ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞା ଋତୁମ୍ଭରା କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri