Posted inଖେଳ

ଭାରତ ଗସ୍ତ ପୂର୍ବରୁ ଚିନ୍ତାରେ ଇଂଲଣ୍ଡ କୋଚ୍‌: ସିରିଜକୁ ନେଇ କହିଲେ ଏଭଳି…

ନୂଆଦିଲ୍ଲୀ,୨୭।୧: ଚିନ୍ତାରେ ଇଂଲଣ୍ଡ କୋଚ୍‌ କ୍ରିସ୍‌ ସିଲ୍‌ଭରହୁଡ୍‌। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ଦେଖିବା ପରେ ଭାରତୀୟ ଟିମ୍‌କୁ ହରାଇବା କଠିନ ହେବ। ଆଗାମୀ ଟେଷ୍ଟ ସିରିଜ୍‌ରେ ଭାରତକୁ ହରାଇବା ପାଇଁ ଇଂଲଣ୍ଡକୁ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ପଡ଼ିପାରେ ବୋଲି ସେ କହିଛନ୍ତି।

ଫିଟ୍‌ନେସ୍‌ ସମସ୍ୟା ଯୋଗୁ ଦଳରୁ ପ୍ରମୁଖ ଖେଳାଳି ବାଦ୍‌ ପଡ଼ିବା ପରେ ଯୁବ ଖେଳାଳିଙ୍କୁ ଧରି ପଡ଼ିଆକୁ ଓହ୍ଲାଇଥିଲା ଭାରତୀୟ ଟିମ୍‌। ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଦଳ ୨-୧ରେ ଜିତି ନେଇଥିଲା। ନିକଟରେ ସିଲ୍‌ଭରହୁଡ୍‌ ଏକ ଭର୍ଚୁଆଲ ପ୍ରେସ୍‌ କନ୍‌ଫରେନ୍ସରେ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ସିରିଜ ନେଇ କହିଛନ୍ତି, ଭାରତକୁ ହରାଇବା କଷ୍ଟକର ହେବ। ଆମ ସମ୍ମୁଖରେ ଏହା ବଡ ଆହ୍ବାନ ପାଲଟିଛି। ଭାରତୀୟ ଟିମ୍‌ ଏବେ ଭଲ ଖେଳୁଛି। ବିଶେଷକରି ସ୍ବଦେଶରେ ତାକୁ ହରାଇବା କଠିନ ହେଲେ ହେଁ ରୋମାଞ୍ଚକର ହେବ ବୋଲି କୋଚ୍‌ କହିଛନ୍ତି।

ପ୍ରକାଶ ଯେ, ଫେବୃୟାରୀ ୫ରୁ ଖେଳାଯିବାକୁ ଥିବା ସିରିଜ୍‌ରେ ୪ ଟେଷ୍ଟ, ୫ ଟି୨୦ ଏବଂ ୩ ଦିନିକିଆ ମ୍ୟାଚ୍‌ ଖେଳାଯିବ। ସିରିଜର ପ୍ରଥମ ଦୁଇ ଟେଷ୍ଟ ଚେନ୍ନାଇରେ ଖେଳାଯିବ। ଏହାପରେ ତୃତୀୟ ଏବଂ ଚତୁର୍ଥ ଟେଷ୍ଟ ଅହମ୍ମଦାବାଦରେ ଖେଳାଯିବ। ସିରିଜର ତୃତୀୟ ଟେଷ୍ଟ ଦିବାରାତ୍ର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri