Posted inଜାତୀୟ

ବିଟିଂ ଦ ରିଟ୍ରିଟରେ ହେବ ଦେଶର ସବୁଠାରୁ ବଡ ଡ୍ରୋନ ଶୋ, ୩ ସେନା ବଜାଇବେ ଶାସ୍ତ୍ରୀୟ ଧୁନ

ନୂଆଦିଲ୍ଲୀ,୨୯ ।୧: ଦେଶର ୭୪ ତମ ସାଧାରଣତନ୍ତ୍ର ଦିବସ ଏବେ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ । ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ୨୯ ଜାନୁୟାରୀରେ ‘ବିଟିଂ ଦ ରିଟ୍ରିଟ’ ସମାରୋହର ଆୟୋଜନ ହୋଇଥାଏ । ‘ବିଟିଂ ଦ ରିଟ୍ରିଟ’ ସହ ଚଳିତ ବର୍ଷର ସାଧାରଣତନ୍ତ୍ର ଦିବସ ଶେଷ ହେବ । ଏହି ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ସାମିଲ ହେବେ ।
ଚଳିତ ବର୍ଷର ବିଟିଂ ଦ ରିଟ୍ରିଟ ସମାରୋହ ଖୁବ୍ ସ୍ୱତନ୍ତ୍ର ହେବାକୁ ଯାଉଛି । ଏହି ସମାରୋହକୁ ନଜରରେ ରଖି ପୋଲିସ ଟ୍ରାଫିକ ଆଡଭାଇଜରୀ ଜାରି କରିଛି । ଦିଲ୍ଲୀର ବିଜୟ ଚୌକରେ ଆୟୋଜିତ ହେବାକୁ ଯାଉଥିବା ବିଟିଂ ଦ ରିଟ୍ରିଟ ସେରିମନିରେ ଦେଶର ସବୁଠାରୁ ବଡ ଡ୍ରୋନ ଶୋ’ର ଆୟୋଜନ କରାଯାଇଛି ।
ଚଳିତ ବର୍ଷ ‘ବିଟିଂ ଦ ରିଟ୍ରିଟ’ ସେରିମନିରେ ଆୟୋଜିତ ଡ୍ରୋନ ଶୋରେ ୩,୫୦୦ ସ୍ୱଦେଶୀ ଡ୍ରୋନ୍ ସାମିଲ ହେବ । ଦେଶର ଇତିହାସରେ ଏହା ସବୁଠାରୁ ବଡ ଡ୍ରୋନ ଶୋ । ଏହି ଡ୍ରୋନ୍ ସହଜ ତାଳମେଳ ମାଧ୍ୟମରେ ରାଷ୍ଟ୍ରୀୟ ପ୍ରତିକ ଓ ଘଟଣାର ଅସଂଖ୍ୟ ରୂପକୁ ପ୍ରଦର୍ଶିତ କରିବ । ଏହି ଡ୍ରୋନ ଶୋ’ରେ ଷ୍ଟର୍ଟଅପ ଇକୋସିଷ୍ଟମର ସଫଳତାକୁ ପ୍ରଦର୍ଶନ କରାଯିବ । ଏହି ଶୋ’କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ଉତ୍ସାହିତ ଥିବା ବେଳେ, କହିଛନ୍ତି ଆଗାମୀ ଦିନ ଡ୍ରୋନର ଯୁଗ ହେବ ।
ଏହା ବ୍ୟତୀତ ବିଟିଂ ଦ ରିଟ୍ରିଟ ସେରିମନି ପ୍ରଥମଥର ନର୍ଥ ଓ ସାଉଥ ବ୍ଲକର ଅଗ୍ରଭାଗରେ ପ୍ରଥମ କରି ୩ଡି ଏନାମାଁର୍ଫିକ ପ୍ରୋଜେକଶନର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମ ଏହି ସମାରୋହକୁ ଆହୁରି ସ୍ୱତନ୍ତ୍ର କରିଦେବ । ପ୍ରତିରକ୍ଷା ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ସେନାର ୩ଟି ଅଙ୍ଗ ଓ ରାଜ୍ୟ ପୋଲିସ ଓ ସିଏପିଏଫର ସଙ୍ଗୀତ ବ୍ୟାଣ୍ଡ ଦ୍ୱାରା ‘ବିଟିଂ ଦ ରିଟ୍ରିଟ’ ସେରିମନିରେ ୨୯ ଧୁନ ବଜାଯିବ । ସମାରୋହର ଆରମ୍ଭ ଅଗ୍ନିବୀର ଧୁନରୁ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri