ଡୋକରୀଚଞ୍ଚରାର ହେବ ସୌନ୍ଦର୍ଯ୍ୟକରଣ, ପ୍ରତିଶ୍ରୁତି ଦେଲେ ୫-ଟି ସଚିବ

କୋକସରା,୨୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗସ୍ତରେ ଆସି ଶନିବାର ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ କୋକସରା ବ୍ଲକ ଆମପାଣି ବୁଢ଼ାରଜା ମନ୍ଦିରରେ ମଧ୍ୟାହ୍ନରେ ପହଞ୍ଚି ପ୍ରଥମେ ଆରାଧ୍ୟ ଦେବ ବୁଢ଼ାରଜାଙ୍କ ଦର୍ଶନ ଲାଭ କରି ମଞ୍ଚକୁ ଯାଇଥିଲେ। ମିଶନ ଶକ୍ତି ଓ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ସଚିବଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଶହ ଶହ ଲୋକ ସଚିବଙ୍କୁ ସେମାନଙ୍କର ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। ସମସ୍ତଙ୍କ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟାର ସମାଧାନ କରାଯିବ ବୋଲି କହିଥିଲେ ୫-ଟି ସଚିବ। ମଞ୍ଚରେ ଜୟ ବୁଢ଼ାରଜା କହି ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ବୁଢ଼ାରଜା ମନ୍ଦିରକୁ ସୌନ୍ଦର୍ଯ୍ୟକରଣ କରି ରାଜ୍ୟର ଅନ୍ୟ ଧାର୍ମିକ ସ୍ଥଳୀ ଭଳି ସୁନ୍ଦର ରୂପରେଖ ଦିଆଯିବ ବୋଲି କହିଛନ୍ତି ଓ ଆମପାଣିରେ ମିନି ଷ୍ଟାଡିୟମ ନିର୍ମାଣ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି। ପରେ ବିଜୁ ଏକ୍ସପ୍ରେସ ଓ୍ବେ ଦେଇ ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକରୀଚଞ୍ଚରାରେ ପହଞ୍ଚିବା ପରେ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ଉନ୍ନୟନ ସମିତିର ସଦସ୍ୟ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରଓ୍ବାଲ, ଡୁଡୁକାଠେଙ୍ଗା ସରପଞ୍ଚ ହରିପ୍ରିୟା ନାଗ ଓ ଖଲିଗଡ଼ ଗ୍ରାମର ମହିଳାମାନେ ସଚିବଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଶ୍ରୀରାମ ମନ୍ଦିର ଦର୍ଶନ କରିବା ପରେ ମଞ୍ଚରେ ଲୋକଙ୍କୁ ସମ୍ବୋଧନ କରି ଓଡିଶାର ମାନଚିତ୍ରରେ ଗୁଡ଼ହାଣ୍ଡି ଡୋକରୀଚଞ୍ଚରାର ରୂପରେଖର ସୌନ୍ଦର୍ଯ୍ୟକରଣ କରି ଧାର୍ମିକ ଓ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ବିକାଶ ପାଇଁ ପ୍ରତିଶ୍ରୁତି ଦେଇଥିଲେ ୫-ଟି ସଚିବ । ସେ ଧର୍ମଗଡ଼ ଉପ ଜିଲାପାଳଥିବା ବେଳେ ଧର୍ମଗଡ଼ କଳାହାଣ୍ଡି ଉତ୍ସବ ବେଳେ ମଞ୍ଚକୁ ଗୁଡ଼ହାଣ୍ଡିର ରୂପରେଖ ଦେଇଥିବା ମନେ ପକାଇଥିଲେ। ପରେ ଧର୍ମଗଡ଼ ବ୍ଲକ ଅଭିମୁଖେ ବାହାରିଥିଲେ। ୫-ଟି ସଚିବଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସଚିବଙ୍କ ସହ କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀ, କଳାହାଣ୍ଡି ଜିଲା ପରିଷଦ ଉନ୍ନୟନ ଅଧିକାରୀ ପାଓ୍ବାର ସଚିନ ପ୍ରକାଶ, ଧର୍ମଗଡ଼ ଉପଜଲାପାଳ ବେଦ ଭୂଷଣ, ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର, ଡିଏଫ୍‌ଓ ଦୟାନନ୍ଦ ଗଜାନନ ଲାଡେ, କୋକସରା ବିଡିଓ ଉତ୍ତମ ବାଗ, କୋକସରା ତହସିଲଦାର ଦେବବ୍ରତ କରାଟିଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?