କଫିରୁ ମିଳିବ ସୁନ୍ଦର ତ୍ୱଚା

କଫି ବ୍ୟବହାର କରି ସୌନ୍ଦର୍ଯ୍ୟ ମଧ୍ୟ ବୃଦ୍ଧି କରାଯାଇପାରିବ। ଏଥିରେ ଥିବା ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ ତ୍ୱଚାର କଳାଦାଗ ଦୂରକରିବା ସହିତ ଉଜ୍ଜ୍ୱଳତା ବୃଦ୍ଧି କରିିଥାଏ। ଜାଣନ୍ତୁ ଏହାକୁ ବ୍ୟବହାର କରିବାର ଉପାୟ …
କଫିକୁ ଫେସ୍‌ ମାସ୍କଭାବେ ବ୍ୟବହାର କରାଯାଇପାରିବ। ଏଥିପାଇଁ ୨ବଡ଼ ଚାମଚ କଫି ଗୁଣ୍ଡରେ ୨ ବଡ଼ ଚାମଚ ଆଲୋଭେରା ଜେଲ୍‌ ମିଶାନ୍ତୁ। ଏହି ପେଷ୍ଟକୁ ମୁହଁରେ ଅଧଘଣ୍ଟା ପର୍ଯ୍ୟନ୍ତ ଲଗାଇ ରଖନ୍ତୁ। ଏହାପରେ ଥଣ୍ଡାପାଣିରେ ମୁହଁ ଧୋଇ ଦିଅନ୍ତୁ।
କଫିକୁ ଫେସ୍‌ ସ୍କ୍ରବ୍‌ଭାବେ ବ୍ୟବହାର କରିବା ପାଇଁ ଏହାର ଏକ ପେଷ୍ଟ ତିଆରି କରନ୍ତୁ। ଏଥିପାଇଁ ୨ ବଡ଼ ଚାମଚ କଫି ପାଉଡର ସହିତ ୧ ବଡ଼ ଚାମଚ ଅଲିଭ୍‌ ଅଏଲ୍‌ ଭଲଭାବେ ମିଶାଇ ପେଷ୍ଟ ତିଆରି କରନ୍ତୁ। ଏହାକୁ ମୁହଁ ଏବଂ ବେକରେ ଲଗାଇ ଗୋଲାକାରରେ ଘଷନ୍ତୁ। ୫ ମିନିଟ୍‌ ପର୍ଯ୍ୟନ୍ତ ଘଷିବା ପରେ ଅଧଘଣ୍ଟା ପର୍ଯ୍ୟନ୍ତ ଛାଡ଼ି ଦିଅନ୍ତୁ। ଏହାପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ ।
କଫି ଏକ ସୁନ୍ଦର ଆଇ ମାସ୍କ ମଧ୍ୟ। ତେଣୁ ଆଖି ତଳେ ଏହାକୁ ଲଗାଇପାରିବେ। ଏଥିପାଇଁ କଫି ଗୁଣ୍ଡରେ ସମାନ ମାତ୍ରାରେ ଅଲିଭ୍‌ ଅଏଲ୍‌ ମିଶାଇ ଏକ ପେଷ୍ଟ ତିଆରି କରନ୍ତୁ। ଏହି ପେଷ୍ଟକୁ ଆଖି ତଳେ ଲଗାଇ ୧୦ ମିନିଟ୍‌ ପରେ ଥଣ୍ଡାପାଣିରେ ଧୋଇ ଦିଅନ୍ତୁ। ଲଗାତର ଏପରି କରିବା ଫଳରେ ଆଖିତଳର ଦାଗ ଓ କୁଞ୍ଚନ କମ୍‌ ହୋଇଯିବ।
ଅତ୍ୟଧିକ ଟାଣ ଖରାରୁ ଫେରିବା ପରେ ଆଖି ଲାଲ୍‌ ହୋଇ ଥିଲେ କଫି ବ୍ୟବହାର କରିହେବ। ଏଥିପାଇଁ ଫ୍ରିଜ୍‌ରୁ ଏକ କପ୍‌ ଥଣ୍ଡା ପାଣି ଆଣନ୍ତୁ। ଏଥିରେ କଫିକୁ ଗୁଣ୍ଡକରି ଭଲଭାବେ ମିଶାଇ ଦିଅନ୍ତୁ। ଏବେ ଏଥିରେ ଏକ ପତଳା ସୂତା କପଡ଼ାକୁ ଭିଜାଇ ବାହାର କରି ଦିଅନ୍ତୁ। କପଡ଼ାକୁ ଚିପୁଡ଼ି ଆଖି ଉପରେ ଲଗାଇ ରଖନ୍ତୁ। ଏହିପରି ବାରମ୍ବାର କରିବା ପରେ ଆଖିକୁ ବେଶ୍‌ ଆରାମ ଲାଗିବ ଓ ଆଖି ସୁନ୍ଦର ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri