Posted inଖେଳ

୧୦୦ ଯୁବକଙ୍କ ସହ ଡେଟ୍‌ରେ ଗଲେଣି ଯୁବତୀ, କିନ୍ତୁ…

ସାଧାରଣତଃ ନିଜ ମତମୁତାବକ ସାଥୀ ପାଇବା ପାଇଁ ପ୍ରଥମେ ଡେଟ୍‌ରେ ଯିବାକୁ ପସନ୍ଦ କରନ୍ତି ପ୍ରେମିକା-ପ୍ରେମିକ। କିନ୍ତୁ ପୂର୍ବ ମିସ୍‌ ଗ୍ରେଟ୍‌ ବ୍ରିଟେନ୍‌ ରହିଥିବା ଏପ୍ରିଲ୍‌ ବନ୍‌ବରୀ ଏ ପର୍ଯ୍ୟନ୍ତ ୧୦୦ରୁ ଅଧିକ ଯୁବକଙ୍କ ସହ ଡେଟ୍‌ରେ ଗଲେଣି କିନ୍ତୁ ତାଙ୍କୁ ସଫଳତା ମିଳିପାରି ନାହିଁ। ଏବେ ବି ସେ ସିଙ୍ଗଲ୍‌ ଅଛନ୍ତି। ବନବରୀ ପେଶାରେ ଜେଣ ମଡେଲ ଏବଂ ଓ୍ବେଡିଂ ଡ୍ରେସ୍‌ ଡିଜାଇନର୍‌। ସେ ଅନେକ ଦମ୍ପତିଙ୍କ ପାଇଁ ବିବାହ ପୋଷାକ ପ୍ରସ୍ତୁତ କରିସାରିଲେଣି। କିନ୍ତୁ ଏ ପର୍ଯ୍ୟନ୍ତ ତାଙ୍କୁ ମନ ମୁତାବକ ସାଥୀ ମିଳିନାହିଁ। ସେ ୧୦୦ରୁ ଊର୍ଦ୍ଧ୍ୱ ଯୁବକଙ୍କୁ ଡେଟ୍‌ କଲେଣି। ବୟଫ୍ରେଣ୍ଡ୍‌ ଖୋଜିବା ପାଇଁ ସେ ଡେଟିଂ ଆପ୍‌ର ମଧ୍ୟ ସହାୟତା ନିଅନ୍ତି। ତଥାପି ତାଙ୍କୁ ଏକ ସଚ୍ଚା ପ୍ରେମିକ ମିଳିପାରୁନାହିଁ। ବନବରୀଙ୍କ ବିଶେଷତ୍ୱ ହେଉଛି ସେ ଜଣଙ୍କ ଥରେ ସୁଯୋଗ ଦିଅନ୍ତି। ସେ ଏବେ ବି ପ୍ରେମିକ ସନ୍ଧାନରେ ଅଛନ୍ତି। ବନବରୀ ୨୦୨୦ରେ ମିସ୍‌ ଗ୍ରେଟ୍‌ ବ୍ରିଟେନ୍‌ ହୋଇଥିଲେ।

 

View this post on Instagram

 

A post shared by April Banbury (@aprilbanbury)

 


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?