ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଲେ ବେବୋ

ମୁମ୍ବାଇ,୨୧।୨: କରିନା କପୁର ଖାଁ ଏବଂ ଶୈଫ୍‌ ଅଲ୍ଲୀ ଖାଁ ପୁଣି ଥରେ ମାତାପିତା ହୋଇଛନ୍ତି। ରବିବାର ଭୋର୍‌ ୪ଟା ୪୫ରେ ବ୍ରିଜ୍‌ କ୍ୟାଣ୍ଡି ହସ୍ପିଟାଲରେ ବେବୋ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ୨୦୧୬ରେ ବଡ଼ ପୁଅ ତୈମୁର ଜନ୍ମ ହୋଇଥିଲେ। ପୁଣି କରିନା ମା‘ ହେବାକୁ ଯାଉଛନ୍ତି ବୋଲି ୨୦୨୦ ଅଗଷ୍ଟରେ ସେମାନେ ସୂଚନା ଦେଇଥିଲେ। ତୈମୁର ବଡ଼ ଭାଇ ହେବାକୁ ଯାଉଥିବା ନେଇ ସେମାନେ ସୋସିଆଲ୍‌ ମିଡ଼ିଆରେ ପ୍ରକାଶ କରିଥିଲେ। ଗର୍ଭବତୀ ଥିବା ସମୟରେ ମଧ୍ୟ କରିନା କେତେକ କାମରେ ବ୍ୟସ୍ତ ଥିବାରୁ ଏହାକୁ ନେଇ ପ୍ରଶଂସକଙ୍କ ପକ୍ଷରୁ ସକାରାତ୍ମକ କମେଣ୍ଟ ଦିଆଯାଇଥିଲା। ପୁତ୍ର ସନ୍ତାନ ଜନ୍ମ ପରେ କରିନା ଏବଂ ଶୈଫ୍‌ଙ୍କୁ ପ୍ରଶଂସକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୂଚନାଯୋଗ୍ୟ, ୨୦୧୨ ଅକ୍ଟୋବର ୧୬ରେ କରିନା-ଶୈଫ୍‌ ବିବାହ କରିଥିଲେ। ଏହାର ୪ ବର୍ଷ ପରେ ୨୦୧୬ରେ ପ୍ରଥମ ପୁତ୍ର ସନ୍ତାନ ତୈମୁରଙ୍କ ଜନ୍ମ ହୋଇଥିଲା। ଏବେ ପୁଣି ପ୍ରାୟ ୪ ବର୍ଷ ପରେ ଦ୍ୱିତୀୟ ପୁତ୍ର ସନ୍ତାନଙ୍କ ଜନନୀ ପାଲଟିଛନ୍ତି ବେବୋ। ୧୯୮୦ ସେପ୍ଟେମ୍ବର ୨୧ରେ ଜନ୍ମ ହୋଇଥିବା କରିନାଙ୍କୁ ଏବେ ୪୦ ବର୍ଷ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri