Odisha Elections 2024
Posted inଜାତୀୟ

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଆମେଠିରୁ କେ.ଏଲ ଶର୍ମାଙ୍କୁ ଟିକେଟ ମିଳିବା କଂଗ୍ରେସର ସରପ୍ରାଇଜ କ୍ୟାଣ୍ଡିଡେଟ ଭାବରେ ଦେଖାଯାଉଛି।
ତେବେ କଂଗ୍ରେସର ଉଭୟ ଗଡ଼ରୁ ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ସ୍ଥିର ହେବା ପରେ ରବର୍ଟ ଭଦ୍ରାଙ୍କ ଭାବପ୍ରବଣ ଫେସବୁକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି। ସେ କହିଛନ୍ତି, ରାଜନୀତିର କୌଣସି ଶକ୍ତି କିମ୍ବା ପଦ ତାଙ୍କ ପରିବାର ମଧ୍ୟକୁ ଆସିପାରିବ ନାହିଁ। କହିରଖୁଛୁ ଯେ, ରବର୍ଟ ଭଦ୍ରା ଅନେକ ଥର ଆମେଠିରୁ ଲୋକ ସଭା ନିର୍ବାଚନ ଲଢିବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ଦଳ ତାଙ୍କୁ ସେଠାରୁୁ ଟିକେଟ ଦେଇ ନ ଥିଲା।

ତେବେ ଆମେଠିରୁ କଂଗ୍ରେସ ପ୍ରାର୍ଥୀ ଘୋଷଣା ପରେ ରବର୍ଟ ଭଦ୍ରାଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ ଏକ ଭାବପ୍ରବଣ ଫେସବୁକ ପୋଷ୍ଟ ମାଧ୍ୟମରେ ନିଜର ମତ ପ୍ରକାଶ କରିଛନ୍ତି। ଯେଉଁମାନେ ତାଙ୍କୁ ସମର୍ଥନ କରିଥିଲେ ଏବଂ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସେମାନଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ରବର୍ଟ ଭଦ୍ରା ଲେଖିଛନ୍ତି, ‘କୌଣସି ରାଜନୈତିକ ଶକ୍ତି ଆମ ପରିବାର ମଧ୍ୟକୁ ଆସିିପାରିବ ନାହିଁ । ଆମେ ସବୁବେଳେ ଲୋକ ଏବଂ ଲୋକଙ୍କ ଉନ୍ନତି ପାଇଁ କାର୍ଯ୍ୟ ଜାରି ରଖିବୁ। ଆପଣଙ୍କର ସମର୍ଥନ ଏବଂ ଶୁଭେଚ୍ଛା ପାଇଁ ସମସ୍ତଙ୍କୁ ଧନ୍ୟବାଦ । ମୋର ଜନସେବା ମାଧ୍ୟମରେ ମୁଁ ସବୁବେଳେ ଯଥାସମ୍ଭବ ଲୋକଙ୍କୁ ସାହାଯ୍ୟ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ​​କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା...

ହୁଗୁଳି ଆସନରୁ ମମତାଙ୍କ ବଡ଼ କାର୍ଡ; ଭାଜପାକୁ ଟକ୍କର ଦେବେ ରଚନା ବାନାର୍ଜୀ 

କୋଲକାତା,୧୮।୫: ପଶ୍ଚିମବଙ୍ଗର ହୁଗୁଳି ଆସନରେ ହେବ ଜୋରଦାର ଲଢ଼େଇ। ଲୋକ ସଭା ନିର୍ବାଚନର ୫ମ ପର୍ଯ୍ୟାୟରେ ବଙ୍ଗାଳୀ ଫିଲ୍ମଜଗତର ଦୁଇ ଲୋକପ୍ରିୟ ଅଭିନେତ୍ରୀ ମୁହାଁମୁହିଁ ହେବେ।...

ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ

ନୂଆଦିଲ୍ଲୀ,୧୮।୫: ଆମ୍‌ ଆଦମୀ ପାର୍ଟୀ ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri