ଏହି କାରଣରୁ ଆତ୍ମହତ୍ୟା କରିଛନ୍ତି ଅଭିନେତ୍ରୀ ବୈଶାଳୀ

ଛୋଟ ପରଦା ଜଣାଶୁଣା ଅଭିନେତ୍ରୀ ବୈଶାଳୀ ଟକ୍କର ଆତ୍ମହତ୍ୟା କରିଛନ୍ତି। ୟେ ୟେ ରିସ୍ତା କ୍ୟା କେହଲତା ଭଳି ଲୋକପ୍ରିୟ ସିରିଏଲ୍‌ରେ ଅଭିନୟର ଯାଦୁ ଦେଖାଇଥିବା ବୈଶାଳୀଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କୁ ଚକିତ କରିଛି। ସେ କାହିଁକି ଆତ୍ମହତ୍ୟା କଲେ ଏବେ ସମସ୍ତଙ୍କ ମନରେ ପ୍ରଶ୍ନ। ତାଙ୍କ ଆତ୍ମହତ୍ୟାକୁ ନେଥ ଇନ୍ଦୋର ପୋଲିସକୁ ଏକ ସୁରାକ ମିଳିଛି।
ଗତ ଏକ ବର୍ଷ ଧରି ବୈଶାଳୀ ମନୋରଞ୍ଜନ ଜଗତରୁ ଦୂରରେ ରହିଥିଲେ। ଏହି କାରଣରୁ ସେ ଇନ୍ଦୋରରେ ଥିବା ତାଙ୍କ ଘରେ ରହୁଥିଲେ। ୧୬ ଅକ୍ଟୋବରରେ ଆତ୍ମହତ୍ୟା ସେ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ସୂଚନା ପାଇବା ପରେ ଇନ୍ଦୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୈଶାଳୀଙ୍କ ମୃତଦେହ ଉଦ୍ଧାର କରିବା ସହିତ ଏକ ସୁଇସାଇଡ୍‌ ନୋଟ ଜବତ କରିଛି।
ଇନ୍ଦୋର ଏସିପି ମୋତିଉର୍‌ ରେହମାନ ବୈଶାଳୀଙ୍କ ଆତ୍ମହତ୍ୟା ପଛର କାରଣ ସମ୍ପର୍କରେ ସୂଚନା ଦେଇଛନ୍ତି କହିଛନ୍ତି, ବୈଶାଳୀଙ୍କ ଘରୁ ଏକ ସୁଇସାଇଡ୍‌ ନୋଟ ମିଳିଛି। ତାଙ୍କୁ ତାଙ୍କ ପୁରୁଣା ପ୍ରେମିକ ଦ୍ୱାରା ତାଙ୍କୁ ହଇରାଣ କରୁଥିବା ଏଥିରେ ଲେଖାଅଛି। ଯେଉଁମାନେ ତାଙ୍କୁ ହଇରାଣ କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ବୈଶାଲୀଙ୍କ ମୃତ୍ୟୁରେ ଟିଭି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଷ୍ଟାର୍‌ ପ୍ଲସର ପ୍ରସିଦ୍ଧ ଶୋ’ ୟେ ରିସ୍ତା କ୍ୟା କେହଲତା ହୈ ଜରିଆରେ ସେ ବିଶେଷ ପରିଚୟ ହାସଲ କରିଥିଲେ। ପରେ ସସୁରାଲ ସିମର କା, ସୁପର ସିଷ୍ଟର୍ସ ଏବଂ ମନମୋହିନି ୨ ଭଳି ସିରିଏଲରେ ନିଜର ଅଭିନୟର ଯାଦୁ ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?