ଘର ଛାଡି ବିବାହ କରିବାରୁ ଝିଅର ଶୁଦ୍ଧି କ୍ରିୟା କଲେ ବାପା

ଗଜପତି,୧୨।୯(ସୁକାନ୍ତ କୁମାର ରଥ)ନିଜ ଝିଅ ବଞ୍ଚିଥିବାବେଳେ ଝିଅର ଶୁଦ୍ଧି କ୍ରିୟା କରିଛନ୍ତି ପରିବାର ଲୋକେ । କେନ୍ଦ୍ରାପଡା ଘଟଣା ପରି ପୁଣି ଏକ ଘଟଣା ସାମ୍ନାକୁ ଆସିଛି । ଘଟଣାଟି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ସଞ୍ଜୁ ସାହୁ ଓ ସହଦେବ ସାହୁଙ୍କ ପରିବାରରେ ଘଟିଛି । ଗତ ଶନିବାର ସହଦେବ ସାହୁଙ୍କ ସାନ ଝିଅ ଚାନ୍ଦିନୀ ସାହୁ ଘରୁ କୁଆଡେ ଚାଲି ଯାଇଥିଲେ । ବହୁଖୋଜା ଖୋଜି ପରେ ସୋସିଆଲ ମିଡିଆରେ ନିଜ ଝିଅ କୌଣସି ଏକ ପୁଅ ସହ ବିବାହ କରିଥିବା ଜାଣିବାକୁ ପାଇଲେ। ଏହି ଖବର ଜାଣିବା ପରେ ସହଦେବଙ୍କ ପାଦ ତଳୁ ମାଟି ଖସିଯାଇଥିଲା।

ସହଦେବ ଜଣେ ଛୋଟ ଜଳଖିଆ ବେପାରୀ। ଅନେକ କଷ୍ଟ ସହି ନିଜ ପରିବାର ପୋଷଣ କରି ଆସୁଥିଲେ। ଅନେକ ସପ୍ନ ଦେଖି ନିଜ ଝିଅକୁ ପୁଅ ଭଳି ପାଳି ଯୁକ୍ତ ଦୁଇ ପର୍ଯ୍ୟନ୍ତ ପାଠ ପଢାଇଥିଲେ। ହେଲେ ଅଳ୍ପ କେଇଦିନ ଭିତରେ ସେହି ସ୍ବପ୍ନକୁ ନିଜ ପାଦରେ ଦଳି ଅନ୍ୟ ଜାତି ପୁଅର ହାତ ଧରି କୋର୍ଟରେ ବିବାହ କଲେ ଚାନ୍ଦିନୀ । ହେଲେ ଏପଟ ବାପା ଏହି ଖବର ଜାଣିବା ପରେ ପରିବାର ବର୍ଗ ଓ ସମ୍ପର୍କୀୟଙ୍କୁ ଡାକି ଘରେ ପୁରୋହିତଙ୍କ ଦ୍ୱାରା ନିଜ ଝିଅର ଶୁଦ୍ଧି କ୍ରିୟା କରିଛନ୍ତି । ବଡ ଭଉଣୀ ନନ୍ଦିନୀ ନିଜ କୋହ ସମ୍ଭାଳି ନ ପାରି ଭୋ ଭୋ ହୋଇ କାନ୍ଦି ଭଉଣୀର ଏପରି କାର୍ଯ୍ୟକୁ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri