ରାସ୍ତା ନ ଥିବାରୁ ଦୋଳାରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୩୧ା୩(ଅରୁଣ ସାହୁ)ଦାରିଙ୍ଗବାଡ଼ିର ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣାରୁ ମୁକ୍ତି ମିଳୁନି। ରାଜ୍ୟ ସରକାରଙ୍କ ମାଳ ମାଳ ଯୋଜନା ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ହାସ୍ୟାସ୍ପଦ ପାଲଟିଛି। ବାଇକ୍‌ ଆମ୍ବୁଲାନ୍ସ ଅନେକ ସମୟରେ ଲୋକଙ୍କୁ ସହାୟତା କରୁଥିବା ବେଳେ ଯେଉଁଠି ସମ୍ପୂର୍ଣ୍ଣ ରାସ୍ତାଟିଏ ନାହିଁ ସେଠି ଦୋଳା ଭରସା ହୋଇଥାଏ। ଏଭଳି ଘଟଣା ଦେଖିବାକୁ ମିଳିଛି ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ବୁଡ଼ାଗୁଡା ପଞ୍ଚାୟତ ଅଞ୍ଚଳରେ। ରାସ୍ତା ନ ଥିବାରୁ ଶୁକ୍ରବାର ଜଣେ ଗର୍ଭବତୀଙ୍କୁ ସମ୍ପର୍କୀୟମାନେ ୪ କି.ମି ଦୋଳାରେ ବୁହାଇ ନେଇଥିଲେ। ଉକ୍ତ ଅଞ୍ଚଳର ମାଣ୍ଡେମାହା ଗ୍ରାମର ଅଜୟ ମଲିକଙ୍କ ସ୍ତ୍ରୀ ରିବିକାଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା। ସେଠାରୁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଦୂରତା ପ୍ରାୟ ୧୫ କିଲୋମିଟର ହୋଇଥିବା ବେଳେ ୪ କିଲୋମିଟର ରାସ୍ତା ନଥିବାରୁ ଦୋଳାରେ ତାଙ୍କୁ ନିଜ ଗ୍ରାମରୁ ସରୁଲାଇ ଗ୍ରାମ ପର୍ଯ୍ୟନ୍ତ ପରିବାର ଓ ସମ୍ପର୍କୀୟମାନେ ବୋହି ଆଣିଥିଲେ। ଯେତେବେକେ ସେ ସରୁଲାଇରେ ପହଞ୍ଚିଲେ, ଖବର ପାଇ ଉକ୍ତ ଅଞ୍ଚଳରେ ଜାଗୃତି ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିତ ବାଇକ୍‌ ଆମ୍ବୁଲାନ୍ସ ଆସି ପହଞ୍ଚିଲା ଓ ରିବିକାଙ୍କୁ ବୁଡ଼ାଗୁଡା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇଥିଲା। ରିବିକାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ରହିଥିବା ବେଳେ ସେ ଏକ କନ୍ୟା ସନ୍ତାନଟିଏ ଜନ୍ମ ଦେଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ଏହା ଦିନିକିଆ ଘଟଣା ନୁହଁ, ନିତିଦିନିଆ ଘଟଣା ପାଲଟିଛି। ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ସମେତ ବୁଡ଼ାଗୁଡା ଭଳି ଦୁର୍ଗମ ଅଞ୍ଚଳରେ ସବୁଦିନିଆ ଭଲ ରାସ୍ତାଟିଏ ନ ଥିବାରୁ ଏଭଳି ଅନେକ ରିବିକା କଷ୍ଟ ଭୋଗୁଛନ୍ତି। ତେବେ ଉକ୍ତ ବ୍ଲକ ଅଞ୍ଚଳରେ ୨୫ ପଞ୍ଚାୟତ ରହିଥିବା ବେଳେ ମାତ୍ର ଦୁଇଟି ବାଇକ୍‌ ଆମ୍ବୁଲାନ୍ସ ସ୍ବେଚ୍ଛାସେବୀ ଅନୁଷ୍ଠାନଗୁଡ଼ିକ ଦ୍ୱାରା ରହିଛି। ଏହି ସଂଖ୍ୟା ବୃଦ୍ଧି କରାଗଲେ ଅଞ୍ଚଳରେ ଅନେକ ଗର୍ଭବତୀବିପଦମୁକ୍ତ ଭାବେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri