ବିଇଡି ନାମଲେଖା: ମେ ୪ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଓ ସ୍ବୟଂ ଶାସିତ କଲେଜଗୁଡ଼ିକରେ ବିଇଡି, ବିଏଚ୍‌ଇଡି ଓ ଏମ୍‌ଇଡି ନାମଲେଖା ପାଇଁ ପ୍ରକ୍ରିୟା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି। ଚଳିତ ବର୍ଷର ପ୍ରବେଶିକା ପରୀକ୍ଷା ସେବା ଚୟନ ବୋର୍ଡ(ଏସ୍‌ଏସ୍‌ବି) ଦ୍ୱାରା ପରିଚାଳିତ ହେବାକୁ ଥିବାବେଳେ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇଛି।
ପ୍ରବେଶିକା ପାଇଁ ଆବେଦନ ମେ’ ୪ ତାରିଖରେ ଆରମ୍ଭ ହୋଇ ୧୪ରେ ଶେଷ ହେବ। ୧୮ ତାରିଖ ସୁଦ୍ଧା ଆବେଦନ ସମ୍ପର୍କିତ ତଥ୍ୟ ଓ କମ୍ପ୍ୟୁଟର ପ୍ରୟୋଗ କେନ୍ଦ୍ର(ଓକାକ୍‌) ଏସ୍‌ଏସ୍‌ବ ନିକଟରେ ଦାଖଲ କରିବ। ଜୁନ ୧ରୁ ୧୧ ତାରିଖ ମଧ୍ୟରେ ଆଡ୍‌ମିଟି କାର୍ଡ ଅନ୍‌ଲାଇନରେ ଉପଲବ୍ଧ ହେବ। ଜୁନ ୧୦ ତାରିଖରେ ଏମ୍‌ଇଡି ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଓ ୧୧ ତାରିଖରେ ବିଇଡି ଏବଂ ବିଏଚଇଡି ପ୍ରବେଶିକା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri