ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ଚିକିତ୍ସା କରୁଥିବା ଡାକ୍ତର ସ୍ବାଗତ ସେନାପତି କହିଛନ୍ତି ସେମାନଙ୍କୁ ବର୍ତ୍ତମାନ ଅବଜେରବେସନରେ ରଖାଯାଇଛି। ଅନ୍ୟମାନଙ୍କୁ ଚିକିତ୍ସା ପରେ ଛାଡିଦିଆଯିବାକୁ ଚିନ୍ତା କରୁଛୁ ବୋଲି ଡାକ୍ତର କହିଛନ୍ତି।
ପ୍ରକାଶ ଯେ, ସକାଳ ୧୧ ଟାରେ ବିଦ୍ୟାଳୟ ଛୁଟି ପରେ ଛାତ୍ରୀଛାତ୍ରମାନେ ଗାଧୋଇବାକୁ ସେବାଶ୍ରାମ ବାହାରକୁ ଯାଇଥିଲେ। କିଛି ଛାତ୍ରୀଛାତ୍ର ଗାଧୋଉଥିଲେ ସେହି ସମୟରେ ସେବାଶ୍ରମ ପରିସର ମଧ୍ୟରେ ବସା ବାନ୍ଧିଥିବା ମହୁମାଛିମାନେ କୌଣସି କାରଣରୁ ଉଡିବା ଆରମ୍ଭ କରିବା ସହ ଛାତ୍ରୀଛାତ୍ର ମାନଙ୍କୁ ଆକ୍ରମଣ କରିଥିଲେ। ଛାତ୍ରୀଛାତ୍ରମାନେ ଏଣେ ତେଣେ ଦୌଡ଼ି ବିଦ୍ୟାଳୟ ଭିତରକୁ ପଶିଯାଇଥିଲେ। ପରେ କୌଣସି ସୂତ୍ରରୁ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ଶୁଣି ଘଟଣା ସମ୍ପର୍କରେ ଶୁଣି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରାଣବନ୍ଧୁ ମହାନାୟକଙ୍କ ନିକଟରେ ପହଞ୍ଚି ମହୁମାଛିର ଆକ୍ରମଣରେ ଶିକାର ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ୨ଟି ଅଟୋରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। ସେଠାରେ ଚିକିତ୍ସା ପରେ ୪ ଜଣ ଗୁରୁତରଙ୍କୁ ଛାଡି ଅନ୍ୟମାନଙ୍କୁ ପୁଣି ସେବାଶ୍ରମକୁ ଫେରେଇ ନିଆଯାଇଥିଲା।

ଖବର ପାଇ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ତୁରନ୍ତ ମେଡିକାଲ ଟିମ ଆମ୍ବୁଲାନ୍ସ ବାଡାବାଙ୍ଗା ସେବାଶ୍ରମକୁ ପଠାଇଥିଲେ। ଏଥି ସହ ସରପଞ୍ଚଙ୍କୁ କୌଣସି ଗାଡି ମିଳିଲେ ତୁରନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ଆଣିବାକୁ ବିଡ଼ିଓ ନିର୍ଦ୍ଦେଶ ଦେଇଥିଲେ ଓ ବିଦ୍ୟାଳୟ କର୍ତ୍ତୃପକ୍ଷ, ସରପଞ୍ଚ ସମସ୍ତଙ୍କ ଉଦ୍ୟମରେ ସ୍ବାସ୍ଥ୍ୟକେନ୍ଦ୍ରରେ ପିଲାଙ୍କୁ ପହଞ୍ଚାଯାଇଥିଲା। ବିଡ଼ିଓ ଏହାର ତଦନ୍ତ କରିବା ସହ ସାମାଜିକ ସୁରକ୍ଷା ଅଧିକାରୀ ଖେତୀଶ ପ୍ରିୟଦର୍ଶୀ ସାହୁଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରସ୍‌କୁ ପିଲାଙ୍କ ତଦାରଖ ପାଇଁ ପଠାଇଛନ୍ତି ବୋଲି କହିଛନ୍ତି।

ସୂଚନାଯୋଗ୍ୟ ଯେ, ୧ ସପ୍ତାହ ପୂର୍ବରୁ ବିଡ଼ିଓ ସମସ୍ତ ସେବାଶ୍ରାମ୍ର କର୍ତ୍ତୃପକ୍ଷଙ୍କୁ ଡକାଇ ସମସ୍ୟା ସମ୍ପର୍କରେ ପଚାରିଥିଲେ। ବାଡାବାଙ୍ଗା ସେବାଶ୍ରମରେ ଗତ କିଛି ବର୍ଷ ହେଲା ନିୟମିତ ମହୁମାଛି ବସା ବାନ୍ଧୁଥିଲେ ମଧ୍ୟ ଉଚ୍ଚ କର୍ତ୍ତୃପକ୍ଷ କିଭଳି ଜାଣିପାରୁନାହାନ୍ତି ସେ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଯାଇଛି। ଏନେଇ ପ୍ରଧାନ ଶିକ୍ଷକ ହ୍ବାଟ୍ସଆପ ଗ୍ରୁପରେ ଜଣାଇଥିଲି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri