ଅନ୍ତିମ ସଂସ୍କାର ପାଇଁ ଯିବା ସମୟରେ ମହୁମାଛି ଆକ୍ରମଣ: ୪ ଆହତ

ପାପଡାହାଣ୍ଡି,୨୩।୩(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଜଟାବାଲ ପଞ୍ଚାୟତ ଜାମ୍ବଗୁଡା ଗ୍ରାମଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ମୃତଦେହ ସତ୍କାର ପାଇଁ ଯିବା ସମୟରେ ମହୁମାଛି ଆକ୍ରମଣରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ବେଣୁ ଜାନୀ (୪୫), ହରିଶ୍ଚନ୍ଦ୍ର ମୁଦୁଲି (୨୬), ଡମ୍ବରୁ ଗୌଡ (୫୫), ତ୍ରିନାଥ ମୁଦୁଲି (୩୬)।
ଜମ୍ବୁଗୁଡା ଗ୍ରାମରେ ଅନ୍ତିମ ସଂସ୍କାର କରିବାକୁ ଶ୍ମଶାନକୁ ଯାଉଥିବା ସମୟରେ ଆର୍‌ଏମସି ଗୋଦାମ ନିକଟରେ ସମସ୍ତଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ସମସ୍ତେ ସେଠାରୁ ନିଜ ଜୀବନ ବଞ୍ଚାଇବା ପାଇଁ ସେଠାରୁ ଧାଇଁ ପଳାଇ ଥିଲେ। ମହୁମାଛି ଆକ୍ରମଣ କରିବା ଦ୍ୱାରା ୪ ବ୍ୟକ୍ତି ଗୁରୁତର ହୋଇ ପଡ଼ିଛନ୍ତି। ସେମାନଙ୍କ ହାତ, ମୁହ, ଛାତିରେ ମହୁମାଛି ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ସଙ୍ଗେ ୩ ଜଣଙ୍କୁ ମୋଟର ସାଇକଲ ମାଧ୍ୟମରେ ଓ ଡମ୍ବରୁ ଗୌଡଙ୍କୁ ୧୦୮ ଆମ୍ବୁଲାନ୍ସ ଦ୍ବାରା ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୁଚନା ଅନୁଯାୟୀ, ବେଣୁ ଜାନୀ ଏବଂ ଡମ୍ବରୁ ଗୌଡଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଚିକିତ୍ସା କରାଯାଉଛି। ହରିଶ୍ଚନ୍ଦ୍ର ମୁଦୁଲି, ତ୍ରିନାଥ ମୁଦୁଲି, ପାପଡାହାଣ୍ଡି ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri