ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା ବେଳେ ଏହି ଅଘଟଣ ଘଟିଛି।
ଅନ୍ୟପକ୍ଷେ ମହୁମାଛି ଆକ୍ରମଣରେ ଜଣେ ବାଟୋଇ ମଧ୍ୟ ଗୁରୁତର ହୋଇଛନ୍ତି। ସମସ୍ତ ଆହତଙ୍କୁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।