ବିବାହ ଭୋଜିରେ ମହୁମାଛି ଆକ୍ରମଣ,୨୫ ଆହତ, ଭିଡିଓ ଭାଇରାଲ…

ଗୁନା,୧୯।୨ : ମଧ୍ୟପ୍ରଦେଶର ଗୁନାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ବିବାହ ଭୋଜିରେ ସମ୍ପୃକ୍ତ ପରିବାର ଓ ଅତିଥିମାନଙ୍କ ଉପରେ ମହୁମାଛି ଆକ୍ରମଣ କରିଛନ୍ତି। ଏହା ଯୋଗୁ ଲୋକଙ୍କ ମଧ୍ୟରେ ଦଳଚକଟା ଦେଖିବାକୁ ମିଳିଥିଲା। କନ୍ୟାଙ୍କର ପିତା ଏବଂ ଭାଇଙ୍କ ସମେତ ଅନେକ ସମ୍ପର୍କୀୟଙ୍କୁ ମହୁମାଛି ଆକ୍ରମଣ କରିଥିଲେ।

ଏହି ଘଟଣାରେ ୬ ଜଣ ଶିଶୁ ଏବଂ ୧୦ ଜଣ ମହିଳାଙ୍କ ସମେତ ୨୫ ଜଣ ଆହତ ହୋଇଛନ୍ତି। ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ, ସେମାନଙ୍କୁ ଏକ ଘରୋଇ ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଛି।

ବାସ୍ତବରେ ଅଗ୍ରୱାଲ ପରିବାର ସହରର କସ୍ତୁରୀ ବଗିଚାରେ ତାଙ୍କ ଝିଇର ବିବାହ ଭୋଜିର ଆୟୋଜନ କରାଯାଇଥିଲା। ପ୍ରମୋଦ ଅଗ୍ରୱାଲ କହିଛନ୍ତି ଏହି ସ୍ଥାନରେ ରହିବା, ଖାଦ୍ୟ ଏବଂ ପାନୀୟ ସହିତ ସମସ୍ତ ବ୍ୟବସ୍ଥା କରାଯାଇଥିଲା। କିନ୍ତୁ, ମହୁମାଛିମାନେ ଆକ୍ରମଣ କରିଥିଲେ। ଫଳରେ ସବୁ ଯୋଜନା ନଷ୍ଟ ହୋଇ ଯାଇଥିଲା। ଏହି ଘଟଣା ସମ୍ପର୍କରେ ଉଦ୍ୟାନ ଅପରେଟର କ୍ଷମା ମାଗିଛନ୍ତି।

ଅନ୍ୟପକ୍ଷରେ ବିବାହ ବଗିଚାରେ ମହୁମାଛି ଆକ୍ରମଣର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଲୋକମାନେ ଜୀବନ ଭୟରେ ଦୌଡୁଥିବା ଦେଖିବାକୁ ମିଳୁଛି। କିଛି ଲୋକ ଭୂମିରେ ଶୋଇପଡ଼ି ନିଜ ଜୀବନ ରକ୍ଷା କରୁଥିବା ଦେଖାଯାଉଛି। ଏହି ଘଟଣାରେ ବିବାହ ଉଦ୍ୟାନ ଅପରେଟରଙ୍କ ଅବହେଳା ସାମ୍ନାକୁ ଆସୁଛି। କୁହାଯାଉଛି ଯେ ସେ ମହୁମାଛି ଫେଣା ହଟାଇ ନ ଥିଲେ। ଏହି କାରଣରୁ ଏହି ଦୁର୍ଘଟଣା ଘଟିଛି।

 

https://www.youtube.com/watch?v=1F-xQORrTEs

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri