ଇଫତାର ପାର୍ଟିରେ ହିନ୍ଦୁଙ୍କୁ ପରସା ଗଲା ଗୋମାଂସ…

ଢାକା, ୧।୫ : ବାଂଲାଦେଶର ସିଲହଟ୍‌ରେ ଆୟୋଜିତ ହୋଇଥିବା ଏକ ଇଫତାର ପାର୍ଟିରେ ଯୋଗ ଦେଇଥିବା ହିନ୍ଦୁଙ୍କୁ ଗୋମାଂସ ପରସା ଯାଇଛି। ଏନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି ପକ୍ଷରୁ ଏହୀ ଫାର୍ଟିର ଆୟୋଜନ କରାଯାଇଥିଲା।

ପାର୍ଟିରେ ୨୦ରୁ ଅଧିକ ହିନ୍ଦୁ ପ୍ରତିନିଧି ଯୋଗଦେଇଥିଲେ। ସାଧାରଣତଃ ବାଂଲାଦେଶରେ ଏଭଳି ଇଫତାର ପାର୍ଟିରେ ହିନ୍ଦୁ ସଦସ୍ୟମାନେ ଯୋଗ ଦେଇଥାନ୍ତି। ପାର୍ଟିକୁ ନେଇ ସୋସିଆଲ ମିଡ଼ିଆରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପାର୍ଟିର ମେନ୍ୟୁରେ ଗୋଟିଏ ପ୍ରକାର ଡିଶ୍‌ ଥିଲା। ତେଣୁ ବାଧ୍ୟ ହୋଇ ଉପସ୍ଥିତ ଥିବା ସମସ୍ତଙ୍କୁ ସମାନ ଡିଶ୍‌ ହିଁ ପରସା ଯାଇଥିତ୍ବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି।

ଏହି ଘଟଣା ପରେ,ବିଏନ୍‌ପି ଛାତ୍ର ସଂଗଠନର ସ୍ଥାନୀୟ ନେତା କନକ କାନ୍ତି ସୋସିଆଲ ମିଡିଆରେ ଇଫତାର ପାର୍ଟିକୁ ଏକ ପ୍ରହଶନ ବୋଲି ବର୍ଣ୍ଣନା କରି ଲେଖିଛନ୍ତି ଯେ ଆପଣମାନେ ଇଫତାର ପାର୍ଟିକୁ ଉପଭୋଗ କରିଛନ୍ତି ମାତ୍ର ଆମେ ହିନ୍ଦୁମାନେ କେବଳ ଏହାକୁ ଦେଖିଲୁ କିନ୍ତୁ କିଛି ଖାଇ ପାରିଲୁ ନାହିଁ। ଅନ୍ୟ ଜଣେ ସଦସ୍ୟ ମଣ୍ଟୁ ନାଥ ଲେଖିଛନ୍ତି ଯେ ପାର୍ଟିରେ ଉପସ୍ଥିତ ହିନ୍ଦୁମାନେ କିଛି ଖାଇ ନପାରି କେବଳ ମୁସଲମାନ ନେତା ତଥା ଯୋଗଦେଇଥିବା ଅନ୍ୟ ସଦସ୍ୟଙ୍କ ଉପବାସ ଭାଙ୍ଗିବା ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri