ମଟନ୍‌ କହି କିଲୋପିଛା ୧୫୦ ବିକୁଥିଲେ ଗୋ’ମାଂସ: ମାଡ଼ ମାରି ଦେହ ସାରା ଗୋବର ବୋଳିଦେଲେ ଲୋକେ

ମୋରଡା,୩।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଦୁଇଜଣ ଗୋ ମାଂସ ବେପାରୀଙ୍କୁ ଧରି ନିସ୍ତୁକ ଉତ୍ତମ ମଧ୍ୟମ ଦେଇଛନ୍ତି ସ୍ଥାନୀୟ ବାସିନ୍ଦା ।
ସୂଚନା ମୁତାବକ, ବଜରଙ୍ଗ ସେନା ସଦସ୍ୟ ଯୁଧିଷ୍ଠିର ଭଦ୍ର, ଛତିଶ ମହାନ୍ତ, ବୁଦ୍ଧେଶ୍ୱର ମହାନ୍ତ ଏବଂ ଅନ୍ୟମାନେ ମୋରଡା ଅଞ୍ଚଳରେ ଗୋ ମାଂସ ବିକ୍ରି ହେଉଥିବାର କୌଣସି ସୂତ୍ରରୁ ଖବର ପାଇଥିଲେ।  ତେବେ ମଙ୍ଗଳବାର ମୋରଡା ବ୍ଲକ ଅଧୀନ ବାରମାଇଲ ଇଦର ଗ୍ରାମର ପିତାମ୍ବର ମୁଖୀ ଏବଂ ମୋହନପୁରର ସୁନାରାମ ମୁର୍ମୁ ନାମକ ଦୁଇଜଣ ଗୋ ମାଂସ ବେପାରୀ ଏକ ବାଇକ ଯୋଗେ ୩୮ କେଜି ମାଂସ ବାଲେଶର ଜିଲା ବସ୍ତାରୁ ବାରମାଇଲକୁ ଆଣୁଥିବା ସମୟରେ ଭୋର ୫ଟା ୩୦ ମିନିଟ ସମୟରେ ଚିତ୍ରଡା ପାଟପୁର ଛକରୁ ଏମାନଙ୍କୁ ପିଛା କରି ବ୍ଲକ ଛକ-କଲଣି ଛକ ମଝିରେ ମାଗାଦ ବନ୍ଧ ପୋଲ ନିକଟରେ କାବୁ କରିଥିଲେ। କାବୁ କରିବା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଗୋ ମାଂସ ବେପାରୀଙ୍କ ଏକ ବାଇକକୁ ସ୍ଥାନୀୟ ଲୋକେ ଭାଙ୍ଗିଥିଲେ। ପରେ ଦୁଇ ବେପାରୀଙ୍କ ପ୍ୟାଣ୍ଟ ସର୍ଟ ଖୋଲି ମୁଁହ, ଦେହରେ ଗୋବର ଲେପି ଖାଲି ପାଦରେ ଚଲାଇଚଲାଇ ଶୀର୍ଷାପାଳ ଛକକୁ ନେଇଥିଲେ ।
ଘଟଣାସ୍ଥଳରେ ଚିତ୍ରଡା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପରେ ଉକ୍ତ ଦୁଇଜଣ ବେପାରୀଙ୍କୁ ମୋରଡା ଥାନାକୁ ନିଆଯାଇଛି। ସୂଚନା ଯୋଗ୍ୟଯେ, ପ୍ରତି ମଙ୍ଗଳବାର ବାରମାଇଲ ହାଟ ନିକଟ କେନାଲ ରାସ୍ତାରେ ଏମାନେ କେଜି ପିଛା ୧୫୦ ଟଙ୍କାରେ ଗୋ ମାଂସ ବିକ୍ରି କରନ୍ତି ବୋଲି ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?