ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା ଗୋମାଂସ, ଟୋଲଗେଟ୍‌ ଭାଙ୍ଗି ପଳାଉଥିବା ବେଳେ ଧରିଲେ ଲୋକେ

ବାହାନଗା,୫ା୧୨(ଡି.ଏନ.ଏ.): ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ଗୋମାଂସ ବୋଝେଇ ଟ୍ରକ୍‌ ଶେରଗଡ ଟୋଲଗେଟ୍‌ ଭାଙ୍ଗି ପଳାଉଥିବା ବେଳେ ଲୋକେ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି। ଉକ୍ତ ଟ୍ରକ୍‌କୁ ବାଲେଶ୍ୱର ସଦର ଥାନା ନିକଟରୁ ବଜରଙ୍ଗ ଦଳର କର୍ମୀ ଓ କିଛି ସ୍ଥାନୀୟ ଲୋକେ ଅଟକାଇ ଖନ୍ତାପଡ଼ା ଥାନା ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏହି ଟ୍ରକ୍‌ (ନଂ.ୟୁପି ୭୫ଏମ୪୪୭୮) ଯାଜପୁରରୁ ପଶ୍ଚିମବଙ୍ଗ ଯାଉଥିଲା।
ଟ୍ରକ୍‌ରେ ଗୋମାଂସ ଚାଲାଣ ହେଉଥିବା ନେଇ ବଜରଙ୍ଗ ଦଳର କର୍ମୀ ଖବର ପାଇଥିଲେ। ସେମାନେ ଶେରଗଡ଼ ଟୋଲଗେଟ ନିକଟରେ ମାଲ ବୋଝେଇ ଟ୍ରକ୍‌କୁ ଅଟକାଇବାକୁ ପ୍ରସ୍ତୁତ ହେଉଥିବା ବେଳେ ଗୋମାଂସ ବୋଝେଇ ଟ୍ରକ୍‌ ଡ୍ରାଇଭର ଟୋଲଗେଟ ନିକଟରେ ନ ଅଟକି ଗେଟ୍‌ ଭାଙ୍ଗି ପଳାଇଥିଲେ। ଲୋକେ ଗୋଡ଼ାଇ ଗୋଡ଼ାଇ ୧୬ ନଂ.ଜାତୀୟ ରାଜପଥର ସଦର ଥାନା ନିକଟସ୍ଥ ବ୍ରିଜ୍‌ଠାରେ ଅଟକାଇଥିଲେ। ସେଠାରୁ ଖନ୍ତାପଡ଼ା ଥାନାକୁ ଆଣିଥିଲେ। ଖବର ଲେଖାହେବା ଯାଏ ଥାନାରେ କୌଣସି ମାମଲା ରୁଜୁ ହୋଇ ନାହିଁ। ତେବେ ଟ୍ରକ୍‌ରେ କେତେ ଗୋମାଂସ ଅଛି ତାହା ଜଣାପଡ଼ିନାହିଁ। ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ମଙ୍ଗଳବାର ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଟ୍ରକ୍‌ ଖୋଲାଯାଇ ଦେଖାଯିବ। ଟୋଲଗେଟକୁ ଧକ୍କା ମାରି ଭାଙ୍ଗି ଦେଇଥିବାରୁ ଟୋଲଗେଟ ମ୍ୟାନେଜର ଆସି ଅଭିଯୋଗ କରିବା ପରେ ମାମଲା ରୁଜୁ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri