ସୁନ୍ଦରଗଡ଼, ୧୨।୧୨ (ଡି.ଏନ୍.ଏ) -ଜିଲାରେ ମହୁଚାଷର ଅଭିବୃଦ୍ଧି ନିମନ୍ତେ ଚାଷୀଙ୍କ ପାଇଁ ୩ ଦିନିଆ ଦକ୍ଷତାମୂଳକ ତାଲିମ ଶିବିର ସ୍ଥାନୀୟ କୃଷିବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଗତ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି ଶିବିରରେ ଜିଲାର ୯ଟି ବ୍ଲକ ସୁନ୍ଦରଗଡ ସଦର, ଲେଫ୍ରିପଡା, ଟାଙ୍ଗରପାଲି , ହେମଗିର, ସବଡେଗା, ବାଲିଶଙ୍କରା, କୁତ୍ରା, ବଡଗାଁ ଓ ରାଜଗାଙ୍ଗପୁର ବ୍ଲକର ୩୦ଜଣ ଚାଷୀଯୋଗ ଦେଇଥିଲେ। ଏହି ଶିବିରରେ ମହୁଚାଷ ସମ୍ପର୍କରେ ଚାଷୀଙ୍କୁ ବିଭିନ୍ନ ଉପାଦେୟ ତଥ୍ୟ ପ୍ରଦାନ ସହ ତାଲିମ ଦିଆଯାଇଥିଲା। ଶତ୍ରୁଘନ ମିଶ୍ର, ପ୍ରସନ୍ନ ପଟେଲ, କୌଶିକ ନାୟକ, ଡ. ସୁଶାନ୍ତ ନାୟକ, ବୈଜ୍ଞାନିକ ପୂର୍ବଭାରତୀୟ ଆଞ୍ଚଳିକ ଗବେଷଣା କେନ୍ଦ୍ର ରାଞ୍ଚିର ସଂଘମିତ୍ରା ସାହୁ ଓ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ତଥା ମୁଖ୍ୟ ଡ. ଲକ୍ଷ୍ମୀପ୍ରିୟା ପ୍ରଧାନ ମହୁଚାଷର ବିଭିନ୍ନ କୌଶଳ ଓ ଏହା ଦ୍ୱାରା ଚାଷୀମାନେ କିଭଳି ଆର୍ଥିକ ସ୍ବାବଲମ୍ବୀ ହୋଇପାରିବେ ସେ ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ମୁଖ୍ୟ ଜିଲା କୃଷି ଅଧିକାରୀ ଲକ୍ଷ୍ମୀ ନାରାୟଣ ଦାଶ, ଆତ୍ମାର ଉପନିର୍ଦ୍ଦେଶକ ନୃସିଂହ ବେହେରା, ଜିଲା ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ ଜଗତେଶ୍ୱର ବେହେରା, ଜଳବିଭାଜିକା ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ପୀତବାସ ସାହୁ ,ସିଆଇଆରଟିଡି ଅନୁଷ୍ଠାନର ନଟ କିଶୋରମିଶ୍ର ପ୍ରମୁଖ ଯୋଗଦେଇଥିଲେ।
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...
ବସ୍ କାଚ ଭାଙ୍ଗି ଜାଳିଦେଲେ …
ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍ର କାଚ ଭାଙ୍ଗି ଜାଳି...
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍ ସହ ରହିଛି…
ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...
ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...
୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…
କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
Archives


