ସୁନ୍ଦରଗଡ଼, ୧୨।୧୨ (ଡି.ଏନ୍.ଏ) -ଜିଲାରେ ମହୁଚାଷର ଅଭିବୃଦ୍ଧି ନିମନ୍ତେ ଚାଷୀଙ୍କ ପାଇଁ ୩ ଦିନିଆ ଦକ୍ଷତାମୂଳକ ତାଲିମ ଶିବିର ସ୍ଥାନୀୟ କୃଷିବିଜ୍ଞାନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଗତ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି ଶିବିରରେ ଜିଲାର ୯ଟି ବ୍ଲକ ସୁନ୍ଦରଗଡ ସଦର, ଲେଫ୍ରିପଡା, ଟାଙ୍ଗରପାଲି , ହେମଗିର, ସବଡେଗା, ବାଲିଶଙ୍କରା, କୁତ୍ରା, ବଡଗାଁ ଓ ରାଜଗାଙ୍ଗପୁର ବ୍ଲକର ୩୦ଜଣ ଚାଷୀଯୋଗ ଦେଇଥିଲେ। ଏହି ଶିବିରରେ ମହୁଚାଷ ସମ୍ପର୍କରେ ଚାଷୀଙ୍କୁ ବିଭିନ୍ନ ଉପାଦେୟ ତଥ୍ୟ ପ୍ରଦାନ ସହ ତାଲିମ ଦିଆଯାଇଥିଲା। ଶତ୍ରୁଘନ ମିଶ୍ର, ପ୍ରସନ୍ନ ପଟେଲ, କୌଶିକ ନାୟକ, ଡ. ସୁଶାନ୍ତ ନାୟକ, ବୈଜ୍ଞାନିକ ପୂର୍ବଭାରତୀୟ ଆଞ୍ଚଳିକ ଗବେଷଣା କେନ୍ଦ୍ର ରାଞ୍ଚିର ସଂଘମିତ୍ରା ସାହୁ ଓ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ତଥା ମୁଖ୍ୟ ଡ. ଲକ୍ଷ୍ମୀପ୍ରିୟା ପ୍ରଧାନ ମହୁଚାଷର ବିଭିନ୍ନ କୌଶଳ ଓ ଏହା ଦ୍ୱାରା ଚାଷୀମାନେ କିଭଳି ଆର୍ଥିକ ସ୍ବାବଲମ୍ବୀ ହୋଇପାରିବେ ସେ ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ମୁଖ୍ୟ ଜିଲା କୃଷି ଅଧିକାରୀ ଲକ୍ଷ୍ମୀ ନାରାୟଣ ଦାଶ, ଆତ୍ମାର ଉପନିର୍ଦ୍ଦେଶକ ନୃସିଂହ ବେହେରା, ଜିଲା ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ ଜଗତେଶ୍ୱର ବେହେରା, ଜଳବିଭାଜିକା ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ପୀତବାସ ସାହୁ ,ସିଆଇଆରଟିଡି ଅନୁଷ୍ଠାନର ନଟ କିଶୋରମିଶ୍ର ପ୍ରମୁଖ ଯୋଗଦେଇଥିଲେ।
ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…
ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….
ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…
ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ
ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର
ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…
ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର
ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…
ନକ୍ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ
ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍ଆଉଟ…
Archives

