ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସୁସ୍ଥ ହୋଇ ଘରେ ଅଛନ୍ତି। ଗୁରୁତର ବୁର୍ଜା ମାଝୀଙ୍କର ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ସୂଚନାନୁସାରେ, ବେତିଆପଡ଼ା ଗାଁର ୫ଜଣ ବ୍ୟକ୍ତି ବୁର୍ଜା ମାଝୀ(୪୫),ପୂର୍ଣ୍ଣ ମାଝୀ(୪୬), ଲିପା ମାଝୀ(୩୬) ମୁଗ୍ରୀ ମାଝୀ(୩୮) ଓ ପାଗୁ ମାଝୀ(୩୮)ଗତ ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍ଗ ଝରଣ ମହୁଲ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ। ଏହି ସମୟରେ ହଠାତ୍‌ ଏକ ମହୁମାଛି ଦଳ ଆକ୍ରମଣ କରିବାରୁ ୫ ଜଣ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଗତ ଶୁକ୍ରବାର ରାତିରେ ବୁର୍ଜା,ପୂର୍ଣ୍ଣ,ଲିପା,ମୁଗ୍ରୀ ଓ ପାଗୁଙ୍କୁ ନିକଟସ୍ଥ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ଶୁକ୍ରବାର ରାତିରେ ହିଁ ବେତିଆପଡ଼ା ଗାଁକୁ ଫେରି ଆସିଥିଲେ। କିନ୍ତୁ ବୁର୍ଜା ମାଝୀ ଗୁରୁତର ହେବାରୁ ତାଙ୍କୁ ରାତାରାତି ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ସମୟରେ ଶନିବାର ବିଳମ୍ବିତ ରାତିରେ ତାଙ୍କ ମୃତ୍ୟୁ ଘଟିଛି।

ବିଜେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆଜି ଭବାନୀପାଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ମୃତକଙ୍କ ପରିବାରରେ ମା’ ସୁରି ମାଝୀ(୭୦)ସ୍ତ୍ରୀ ଲାଚିଙ୍ଗ ଦେଇ (୩୮)ପୁଅ ବିକ୍ରମ (୧୮)ଝିଅ ଭୂମିକା (୪)ଥିବା ବେଳେ ଅତି ଗରିବ ହୋଇଥିବାରୁ ସରକାରୀ ସହାୟତା ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri