ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆଜି ମଧ୍ୟ ଏକ ଭିଡିଓ ସୋସିଆଲ ମିଡିଆରେ ଘୂରି ବୁଲୁଛି।

ମେଜର ଏବଂ ତାଙ୍କ ବାନ୍ଧବୀ ଥାନାକୁ ଆସିବା ପୂର୍ବରୁ କିଛି ରୋଡ୍‌ ରୋମିଓଙ୍କ ଆକ୍ରମଣର ଶିକାର ହେବାର ଦୃଶ୍ୟ ଭାଇରାଲ ହେଉଛି। ମୋବାଇଲରୁ ମୋବାଇଲକୁ ଘୂରି ବୁଲିଥିବା ଏହି ଭାଇରାଲ ଭିଡିଓରେ ଯୁବକ ଚନ୍ଦକା ଥାନା ଅନ୍ତର୍ଗତ ପଥରଗାଡ଼ିଆ ନିକଟରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ଗାଡ଼ିକୁ ଅଟକାଇ ସେମାନଙ୍କ ସହ ଯାହା କରିଥିଲେ, ସେ ଦୃଶ୍ୟ ରହିଛି। ଭିଡିଓରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ କିଛି ଯୁବକ ଘେରି ଯାଇଛନ୍ତି, ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଛି କିଛି ସମୟ ପରେ ଯୁବକମାନେ ସେମାନଙ୍କୁ ଠେଲାପେଲା କରିବା ସହିତ ଧକ୍କା ଓ ଗୋଇଠା ମାରି ଆକ୍ରମଣ କରିଛନ୍ତି।

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ର୍ଦୁବ୍ୟବହାର ଓ ନିର୍ଯାତନା ମାମଲା ଯେତିକି ଚର୍ଚ୍ଚା ହେଉଥିଲା ପୀଡ଼ିତାଙ୍କ ବୟାନ ଶୁଣିବା ପରେ ଦିଲ୍ଲୀଠାରୁ ପଲ୍ଲୀ ଯାଏ, ସବୁଠି ପୋଲିସକୁ ନିନ୍ଦା କରାଯାଉଛି। ଯଦି ପୀଡ଼ିତାଙ୍କ ବୟାନରେ ସତ୍ୟତା ଥାଏ, ତାହା ନିଶ୍ଚିତପକ୍ଷେ ଏକ ଜଘଣ୍ୟକାଣ୍ଡ। ଯଦି ତାଙ୍କ ବୟାନ ମିଛ ହୋଇଥାଏ, ତେବେ ପୋଲିସ ତାହାକୁ ମିଥ୍ୟା ପ୍ରମାଣିତ କରିପାରିବନାହିଁ। କାରଣ ପୋଲିସ ପାଖରେ ସିସିଟିଭି ନାହିଁ। ଆଇନ ଅନୁସାରେ, ପୀଡ଼ିତାଙ୍କ ବୟାନ ହିଁ ଜଣକୁ ଦୋଷୀ ସଜେଇବା ପାଇଁ ଯଥେଷ୍ଟ। ତେବେ ଏକ ହାଇବଜେଟ ମଡେଲ ଥାନାରେ ପୋଲିସ କାହିଁକି ସିସିଟିଭି ଲଗାଇ ନ ଥିଲା? ତାହା ମଧ୍ୟ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଅନ୍ୟପକ୍ଷରେ ଭରତପୁର ଘଟଣାକୁ ସାରାଦେଶ ନିନ୍ଦା କରିବା ପରେ ପୋଲିସ ଏବେ ଆତ୍ମରକ୍ଷା ପାଇଁ ଉଦ୍ୟମ ଆରମ୍ଭ କରିଛି। ପୀଡ଼ିତାଙ୍କ ବୟାନକୁ ମିଛ ପ୍ରମାଣିତ କରିବା ଲାଗି ପୋଲିସ ବାର୍‌, ରେଷ୍ଟ୍ୟୁରାଣ୍ଟ ଓ ରାସ୍ତାରେ ଲାଗିଥିବା ସିସିଟିଭି ଫୁଟେଜ୍‌ ସଂଗ୍ରହ କରି ମିଡିଆକୁ ଦେଉଛି । ଯଦିଓ ଏଥିରୁ ଥାନାରେ ସେଦିନ କ’ଣ ଘଟିଲା ଜଣାପଡ଼ିବ ନାହିଁ, ଯଥାପି ପୀଡ଼ିତାଙ୍କ ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିବା ଓ ନିଜକୁ ସ୍ବଚ୍ଛ ବୋଲି ଦାବି କରିବା ପାଇଁ ଏହା କିଛି ମାତ୍ରାରେ ସହଯୋଗ କରିବ ବୋଲି ପୋଲିସ ଆଶା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri