Posted inଜାତୀୟ

ଡ୍ରୋନ୍ ବ୍ୟବହାର କରି ‘ହମାସ ଭଳି’ ଆକ୍ରମଣ ପାଇଁ ଯୋଜନା କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ, ୧୭।୧୧: ନିକଟରେ ଲାଲକିଲ୍ଲା ନିକଟରେ ହୋଇଥିବା ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ ପୂର୍ବରୁ ଆତଙ୍କବାଦୀ ମଡ୍ୟୁଲ୍ ଡ୍ରୋନ୍‌କୁ ଅସ୍ତ୍ରରେ ପରିଣତ କରି ଏବଂ ରକେଟ୍ ତିଆରି କରି ବଡ଼ଧରଣର ଆକ୍ରମଣ କରିବାକୁ ଯୋଜନା କରୁଥିଲେ ବୋଲି ତଦନ୍ତକାରୀମାନେ ପ୍ରକାଶ କରିଛନ୍ତି।

ଏହି ଯୋଜନା ଅକ୍ଟୋବର ୭, ୨୦୨୩ ରେ ଇସ୍ରାଏଲ୍ ବିରୁଦ୍ଧରେ ହମାସର ଆକ୍ରମଣ ସହିତ ସମାନ ହୋଇଥାନ୍ତା, ଯେଉଁଥିରେ ସେମାନେ ମୁଖ୍ୟ ଅସ୍ତ୍ର ଭାବରେ ଡ୍ରୋନ୍ ବ୍ୟବହାର କରିଥିଲେ।

ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଆତ୍ମଘାତୀ ବୋମା ବିସ୍ଫୋରଣକାରୀ ଉମର ଉନ୍ ନବୀଙ୍କ ସହ କାମ କରୁଥିବା ଦ୍ୱିତୀୟ ସନ୍ଦିଗ୍ଧ ଆତଙ୍କବାଦୀ ଜାସିର ବିଲାଲ ୱାନି ଓରଫ ଦାନିଶ୍ଙ୍କୁ ଗିରଫ କରିବା ପରେ ଏହି ବଡ଼ ଧରଣର ବିପଦ ବିଷୟରେ ଜାଣିବାକୁ ପାଇଛି।

ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ବାସିନ୍ଦା ଦାନିଶ୍, ଡ୍ରୋନ୍‌କୁ ପରିବର୍ତ୍ତନ କରିବା ଏବଂ କାର୍ ବୋମା ବିସ୍ଫୋରଣ ପୂର୍ବରୁ ରକେଟ୍ ତିଆରି କରି ଆତଙ୍କବାଦୀ ଆକ୍ରମଣ ପାଇଁ ବୈଷୟିକ ସହାୟତା ଯୋଗାଇଥିବା ଏନଆଇଏ କହିଛି।

ସେ ଶକ୍ତିଶାଳୀ ଡ୍ରୋନ୍ ତିଆରି କରିବାକୁ ଚେଷ୍ଟା କରୁଥିଲେ ଯେଉଁଥିରେ ବଡ଼ ବ୍ୟାଟେରୀ ଲାଗିବ ଏବଂ ଅଧିକ ଓଜନର ବୋମା ବୋହି ପାରିବ। ସର୍ବାଧିକ କ୍ଷତି ଘଟାଇବା ପାଇଁ ଜନଗହଳିପୂର୍ଣ୍ଣ ସ୍ଥାନ ଉପରେ ଏହି ଡ୍ରୋନ୍ ପଠାଇବାକୁ ଏହି ଆତଙ୍କବାଦୀ ମଡ୍ୟୁଲ ଯୋଜନା କରିଥିଲା। ଏନଆଇଏ ଏହି ମାମଲାରେ ସମସ୍ତ ଦିଗକୁ ଦୃଷ୍ଟିରେ ରଖି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ବସନ୍ତ ମହୋତ୍ସବକୁ ନେଇ ସାର୍ବଜନିକ ଅଭିଯୋଗ, ଅନୁମତି ବିନା…

ଗୁଣୁପୁର,୨୨।୧(ସଂକେତ ପାତ୍ର ): ଗୁଣୁପୁର ନବ ନିର୍ମାଣ ସମିତି ପକ୍ଷରୁ ପ୍ରତିବର୍ଷ ଆୟୋଜିତ “ବଂଶଧାରା ବସନ୍ତ ମହୋତ୍ସବ” କାର୍ଯ୍ୟକ୍ରମକୁ ନେଇ ଅଭିଯୋଗ ସାମ୍ନାକୁ ଆସିଛି ।...

1984 Anti-Sikh Riots: ଶିଖ ବିରୋଧୀ ଦଙ୍ଗା ମାମଲାରେ ପୂର୍ବତନ କଂଗ୍ରେସ ଏମପି ସଜ୍ଜନ କୁମାରଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୨।୧: ରାଜଧାନୀ ଦିଲ୍ଲୀରେ ୧୯୮୪ ମସିହାରେ ହୋଇଥିବା ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ ଏକ ମାମଲାରେ କଂଗ୍ରେସ ଏମପି ସଜ୍ଜନ କୁମାରଙ୍କୁ ଆଜି (ଜାନୁଆରୀ...

ଗଣତନ୍ତ୍ର ଦିବସରେ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା! ଟାର୍ଗେଟରେ ରାଜଧାନୀ ସମେତ ରାମ ମନ୍ଦିର, ଆଲର୍ଟରେ ଏଜେନ୍ସି

ନୂଆଦିଲ୍ଲୀ,୨୨।୧: ଗଣତନ୍ତ୍ର ଦିବସ (ଜାନୁଆରୀ ୨୬) ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ଥିବାରୁ ଭାରତର ବିଭିନ୍ନ ସହରରେ ସତର୍କତା ଜାରି କରାଯାଇଛି।...

ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍‌ କମାଇଲା…         

ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ...

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ...

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା,...

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା...

‘ମୁଁ ବିବାହିତ’…ଗର୍ଲଫ୍ରେଣ୍ଡଙ୍କୁ ନେଇ ଏମିତି କହିଲେ ଆମିର ଖାନ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ପୁଣିଥରେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ସେ ନିକଟରେ ତାଙ୍କ ପ୍ରେମିକା ଗୌରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri