Posted inଜାତୀୟ

ନିର୍ବାଚନ ପୂର୍ବରୁ ଦୀପାବଳି, ୩୦ ଲକ୍ଷ ବୁଥ୍‌ କର୍ମୀଙ୍କ ପାଖକୁ ଭାଜପା ପଠାଇଲା ଉପହାର…

ଲକ୍ଷ୍ନୌ,୨୮।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ବୁଥ୍‌ କର୍ମୀଙ୍କ ମଧ୍ୟରେ ଉତ୍ସାହ ବ୍ୟଦ୍ଦି କରାଇବା ଲାଗି ଭାଜପା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୩୦ ଲକ୍ଷ ବୁଥ୍‌ କର୍ମୀ ଏବଂ କାର୍ଯ୍ୟକର୍ତ୍ତାଙ୍କ ପାଖକୁ ଦୀପାବଳି ଉପହାର ପଠାଯାଇଛି।

୨୦୧୭ ବିଧାନସଭା ନିର୍ବାଚନରେ ଭାଜପାର ତତ୍କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ବୁଥ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ବୁଥସ୍ତରର କର୍ମୀଙ୍କ ଘର ବୁଲି ଖାଦ୍ୟ ଖାଇ ପାରିବାରିକ ପରିବେଶ ସୃଷ୍ଟି କରିବାକୁ ଚେଷ୍ଟା କରିଥିଲେ। ଅମିତ ଶାହା ରାଜ୍ୟର ପ୍ରତ୍ୟେକ କ୍ଷେତ୍ରରେ ବୁଥସ୍ତରୀୟ ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିଥିଲେ।

ସମାନ କ୍ରମରେ ଭାଜପା ପକ୍ଷରୁ ମିଶନ-୨୦୨୨ରେ ମଧ୍ୟ ବୁଥ ସ୍ତରର କର୍ମକର୍ତ୍ତାଙ୍କୁ ଦୀପାବଳି ଉପହାର ପଠାଇଛି। ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଲକ୍ଷ୍ନୌ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଏକ ଲକ୍ଷ ୬୩ ହଜାର ବୁଥ ଅଛି ଏବଂ ୧.୫ ଲକ୍ଷରୁ ଅଧିକ ବୁଥରେ ଭାଜପା ପକ୍ଷରୁ ୨୦ ଜଣିଆ ସଦସ୍ୟ କମିଟି ଗଠନ କରିଛି। ରାଜ୍ୟରେ ୩୦ ଲକ୍ଷରୁ ଅଧିକ ବୁଥ ସ୍ତରର କର୍ମୀ ଅଛନ୍ତି। ଦଳ ବୁଥ କମିଟିର ସମସ୍ତ ସଦସ୍ୟଙ୍କୁ ଉପହାର ପଠାଇଛି। ଉପହାର ପ୍ୟାକେଟରେ ଏକ ତୋରଣ ଦ୍ୱାର ଏବଂ ପଦ୍ମ ଆକୃତିର ଦୀପ ରହିଛି।

ଭାଜପାର ରାଜ୍ୟ ୟୁନିଟ ଉପାଧ୍ୟକ୍ଷ ତଥା ବିଧାନ ପରିଷଦ ସଦସ୍ୟ ବିଜୟ ବାହାଦୂର ପାଠକ ଗୁରୁବାର କହିଛନ୍ତି ଯେ, ଆମେ ସମସ୍ତେ ଏକାଠି କାମ କରୁଛୁ ଏବଂ ବୁଥ କର୍ମଚାରୀମାନେ ଭାଜପା ପରିବାରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଦୀପାବଳିରେ ଉପହାର ଦେବା ଏକ ପରମ୍ପରା। ତେଣୁ ୩୦ ଲକ୍ଷରୁ ଅଧିକ ବୁଥ କର୍ମଚାରୀଙ୍କ ପାଖକୁ ଉପହାର ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?