ଦୀପାବଳି ପୂର୍ବରୁ ମହଙ୍ଗାମାଡ଼, ଗ୍ୟାସ ସିଲିଣ୍ଡର ଦାମ୍‌ ବଢ଼ିଲା ୨୬୮ ଟଙ୍କା…

ନୂଆଦିଲ୍ଲୀ,୧।୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କ ଉପରେ ସରକାର ପୁଣି ମହଙ୍ଗା ମାଡ଼ କରିଛନ୍ତିି। ଗ୍ୟାସସିଲିଣ୍ଡର ଦାମ୍‌ ୨୬୮ ଟଙ୍କା ବଢ଼ିଛି। ଏହାଯୋଗୁ ଖାଉଟିଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସମ୍ପ୍ରତି ସାଧାରଣ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିରେ ହନ୍ତସନ୍ତ ହେଉଥିବାବେଳେ ସରକାର ବୋଝ ଉପରେ ନଳିତା ବିଡ଼ା ଲଦି ଦେଇଛନ୍ତି। ନଭେମ୍ବର ୧ ରୁ ଏଲ୍‌ପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟକୁ ପୁଣି ବୃଦ୍ଧି କରାଯାଇଛି। ଭାରତୀୟ ତୈଳ ନିଗମ (ଆଇଓସି)ର ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ସିଲିଣ୍ଡର ପିଛା ୨୬୮ ଟଙ୍କା ବୃଦ୍ଧି ହୋଇଛି।

ଦିଲ୍ଲୀରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୬୪ ଟଙ୍କା ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଯଥାକ୍ରମେ ୨୬୫, ୨୬୮ ଟଙ୍କା ଏବଂ ୨୬୫.୫୦ ଟଙ୍କା ବଢ଼ିଛି।

ନଭେମ୍ବର ୧ ରୁ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଯଥାକ୍ରମେ ୨,୦୦୦.୫, ୧,୯୫୦, ୨,୦୭୩.୫ ଏବଂ ୨.୧୩୩ ଟଙ୍କା ଛୁଇଁଛି। ତେବେ ତୈଳ ମାର୍କେଟିଂ କମ୍ପାନୀଗୁଡ଼ିକ ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାଁନ୍ତି। ମାସକ ତଳେ ଅକ୍ଟୋବରର ପ୍ରଥମ ଦିନରେ ତୈଳ ମାର୍କେଟିଂ କମ୍ପାନୀଗୁଡିକ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୪୩.୫ ଟଙ୍କା ବୃଦ୍ଧି କରିଥିଲେ।

ଇଣ୍ଡିଆନ ଅଏଲ ୱେବସାଇଟରୁ ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀର ୧୯ କିଲୋଗ୍ରାମ ବାଣିଜି୍ୟକ ସିଲିଣ୍ଡର ୧,୭୩୬.୫ ଟଙ୍କାକୁ ବୃଦ୍ଧି ପାଇଥିଲା। ଏହାପୂର୍ବରୁ ଦିଲ୍ଲୀରେ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ୧,୬୯୩ ଟଙ୍କା ଥିଲା। କୋଲକାତାରେ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ୧,୭୭୦.୫ ରୁ ୧,୮୦୫.୫ ଟଙ୍କାକୁ ବୃଦ୍ଧି ପାଇଥିଲା। ଚେନ୍ନାଇରେ ବାଣିଜି୍ୟକ ଏଲପିଜିର ମୂଲ୍ୟ ୧,୮୩୧ ରୁ ୧,୮୬୭.୫ ଟଙ୍କାକୁ ବୃଦ୍ଧି ହୋଇଥିଳା। ସେହିପରି ମୁମ୍ବାଇରେ ୧,୬୮୫ ଟଙ୍କା ମୂଲ୍ୟରେ ବ୍ୟବସାୟିକ ଏଲପିଜି ସିଲିଣ୍ଡର ଉପଲବ୍ଧ ଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri