ଦୀପାବଳି ପୂର୍ବରୁ ମହଙ୍ଗାମାଡ଼, ଗ୍ୟାସ ସିଲିଣ୍ଡର ଦାମ୍‌ ବଢ଼ିଲା ୨୬୮ ଟଙ୍କା…

ନୂଆଦିଲ୍ଲୀ,୧।୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କ ଉପରେ ସରକାର ପୁଣି ମହଙ୍ଗା ମାଡ଼ କରିଛନ୍ତିି। ଗ୍ୟାସସିଲିଣ୍ଡର ଦାମ୍‌ ୨୬୮ ଟଙ୍କା ବଢ଼ିଛି। ଏହାଯୋଗୁ ଖାଉଟିଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସମ୍ପ୍ରତି ସାଧାରଣ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିରେ ହନ୍ତସନ୍ତ ହେଉଥିବାବେଳେ ସରକାର ବୋଝ ଉପରେ ନଳିତା ବିଡ଼ା ଲଦି ଦେଇଛନ୍ତି। ନଭେମ୍ବର ୧ ରୁ ଏଲ୍‌ପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟକୁ ପୁଣି ବୃଦ୍ଧି କରାଯାଇଛି। ଭାରତୀୟ ତୈଳ ନିଗମ (ଆଇଓସି)ର ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ସିଲିଣ୍ଡର ପିଛା ୨୬୮ ଟଙ୍କା ବୃଦ୍ଧି ହୋଇଛି।

ଦିଲ୍ଲୀରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୬୪ ଟଙ୍କା ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଯଥାକ୍ରମେ ୨୬୫, ୨୬୮ ଟଙ୍କା ଏବଂ ୨୬୫.୫୦ ଟଙ୍କା ବଢ଼ିଛି।

ନଭେମ୍ବର ୧ ରୁ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଯଥାକ୍ରମେ ୨,୦୦୦.୫, ୧,୯୫୦, ୨,୦୭୩.୫ ଏବଂ ୨.୧୩୩ ଟଙ୍କା ଛୁଇଁଛି। ତେବେ ତୈଳ ମାର୍କେଟିଂ କମ୍ପାନୀଗୁଡ଼ିକ ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାଁନ୍ତି। ମାସକ ତଳେ ଅକ୍ଟୋବରର ପ୍ରଥମ ଦିନରେ ତୈଳ ମାର୍କେଟିଂ କମ୍ପାନୀଗୁଡିକ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୪୩.୫ ଟଙ୍କା ବୃଦ୍ଧି କରିଥିଲେ।

ଇଣ୍ଡିଆନ ଅଏଲ ୱେବସାଇଟରୁ ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀର ୧୯ କିଲୋଗ୍ରାମ ବାଣିଜି୍ୟକ ସିଲିଣ୍ଡର ୧,୭୩୬.୫ ଟଙ୍କାକୁ ବୃଦ୍ଧି ପାଇଥିଲା। ଏହାପୂର୍ବରୁ ଦିଲ୍ଲୀରେ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ୧,୬୯୩ ଟଙ୍କା ଥିଲା। କୋଲକାତାରେ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ୧,୭୭୦.୫ ରୁ ୧,୮୦୫.୫ ଟଙ୍କାକୁ ବୃଦ୍ଧି ପାଇଥିଲା। ଚେନ୍ନାଇରେ ବାଣିଜି୍ୟକ ଏଲପିଜିର ମୂଲ୍ୟ ୧,୮୩୧ ରୁ ୧,୮୬୭.୫ ଟଙ୍କାକୁ ବୃଦ୍ଧି ହୋଇଥିଳା। ସେହିପରି ମୁମ୍ବାଇରେ ୧,୬୮୫ ଟଙ୍କା ମୂଲ୍ୟରେ ବ୍ୟବସାୟିକ ଏଲପିଜି ସିଲିଣ୍ଡର ଉପଲବ୍ଧ ଥିଲା


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri