Posted inଫୁରସତ

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କ ଆଗରେ ଏମିତି ସର୍ତ୍ତ ରଖିଲେ ବର: ସମସ୍ତେ ଲାଜେଇ ଗଲେ

ଦେଶରେ ବିବାହ ସିଜିନ୍‌ ଚାଲିଛି। ବିବାହ ସମ୍ବନ୍ଧୀୟ ଅନେକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବିବାହରେ ବରଣମାଳା ପିନ୍ଧା ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରୀତି। ବରଣମାଳା ସମୟରେ ଅନେକ ରୋଚକ ଘଟଣା ଘଟେ। ଆଜିକାଲି ସୋସିଆଲ ମିଡିଆରେ ଏଭଳି ଏକ ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି। ବରଣମାଳା ପିନ୍ଧାଇବା ସମୟରେ ଜଣେ ବର ସମସ୍ତଙ୍କ ସାମ୍ନାରେ ନିଜ ଭାବୀ ସ୍ତ୍ରୀଙ୍କୁ ନିକଟରେ ଏପରି ଏକ ସର୍ତ୍ତ ରଖିଥିଲେ, ଯାହା ଶୁଣି କନ୍ୟା ଲାଜେଇଯାଇଥିଲେ। ଭାଇରାଲ ଭିଡିଓରେ ଦେଖିବାକୁ ମିଳେ ଯେ ବିବାହ ସମୟରେ ବର ଏବଂ କନ୍ୟା ମଞ୍ଚ ଉପରେ ଠିଆ ହୋଇଥିଲେ। ଏହି ସମୟରେ ବରଣମାଳାର ରୀତିନୀତି ଅନୁଷ୍ଠିତ ହେଉଛି। ଉଭୟ ବର ଏବଂ କନ୍ୟାଙ୍କ ହାତରେ ଏକ ବରଣମାଳା ଅଛି। ଏହା ପରେ କନ୍ୟା ବରଣମାଳା ବରଙ୍କୁ ପିନ୍ଧାଇଦିଅନ୍ତି। ତା’ପରେ ସମସ୍ତେ ବରଙ୍କୁ ବରଣମାଳା ପିନ୍ଧାଇବାକୁ କୁହନ୍ତି। କିନ୍ତୁ ବର, ପିନ୍ଧାଇବା ପୂର୍ବରୁ କନ୍ୟା ଆଗରେ ଏକ ସର୍ତ୍ତ ରଖିଥାନ୍ତି। ସେ କୁହନ୍ତି ମୋତେ ଗୋଟିଏ ଚୁମ୍ବନ ଦେଲେ ମୁଁ ବରଣମାଳା ପିନ୍ଧାଇବି। ଏହା ଶୁଣି କନ୍ୟା ଲାଜେଇ ଯାନ୍ତି। ସେଠାରେ ଉପସ୍ଥିତ ପରିବାରବର୍ଗ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାନ୍ତି।
ପ୍ରଥମେ କନ୍ୟା ଏଥିପାଇଁ ପ୍ରସ୍ତୁତ ନ ଥାନ୍ତି ଏବଂ ବୁଲି ପଡି ସମ୍ପର୍କୀୟଙ୍କୁ ଦେଖିବା ଆରମ୍ଭ କରନ୍ତି। ତେବେ ବର ମଧ୍ୟ ତାଙ୍କ ଜିଦ୍‌ରେ ଅଟଳ ରହିବା ପରେ ଶେଷରେ କନ୍ୟାର ଭାବୀ ସ୍ବାମୀଙ୍କୁ ଚୂମ୍ବନ ଦିଅନ୍ତି। ଏହି ମଜାଦାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri