ବିବାହ ପୂର୍ବରୁ ‘ଆର୍‌’ ଟୋପି ପିନ୍ଧିଲେ ପରିଣୀତି

ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ରାଘବ ଚଢାଙ୍କ ବିବାହକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ବିବାହ ପ୍ରସ୍ତୁତି ଜୋରସୋରରେ ଚାଲିଛି। ୨୪ ସେପ୍ଟେମ୍ବରରେ ଉଦୟପୁରରେ ଏକ ରାଜକୀୟ ଶୈଳୀରେ ଉଭୟ ବିବାହ କରିବାକୁ ଯାଉଛନ୍ତି। ବିବାହ ପ୍ରସ୍ତୁତି ମଧ୍ୟରେ ପରିଣୀତିଙ୍କୁ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା।
ବିମାନବନ୍ଦରରେ ଅଭିନେତ୍ରୀଙ୍କୁ ଦେଖିବା ମାତ୍ରେ ତାଙ୍କ କଷ୍ଟୋମାଇଜ କ୍ୟାପ କ୍ୟାମେରାରେ କଏଦ ହୋଇଥିଲା। ତାଙ୍କ ଭବିଷ୍ୟତର ସ୍ବାମୀ ରାଘବଙ୍କ ନାମର ପ୍ରଥମ ଅକ୍ଷର ଏହି କ୍ୟାପରେ ଲେଖାଯାଇଥିଲା। ଫଳରେ ତାଙ୍କର କଷ୍ଟୋମାଇଜ କ୍ୟାପ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ପ୍ରଶଂସକମାନେ ତାଙ୍କର ଏହି ଲୁକକୁ ବହୁତ ପସନ୍ଦ କରିଛନ୍ତି।
ପଞ୍ଜାବୀ ରୀତିନୀତି ଅନୁଯାୟୀ ୨୪ ସେପ୍ଟେମ୍ବରରେ ଏହି ଯୋଡି ବିବାହ ବନ୍ଧନରେ ଆବଦ୍ଧ ହେବେ। ଉଭୟଙ୍କ ସମସ୍ତ ବିବାହ କାର୍ଯ୍ୟକ୍ରମ ଉଦୟପୁରର ହୋଟେଲ ଲୀଲା ଏବଂ ତାଜ ଲେକ୍‌ ପ୍ୟାଲେସରେ ଅନୁଷ୍ଠିତ ହେବ। ଏହି ବିବାହ କାର୍ଯ୍ୟ ୨୩ ସେପ୍ଟେମ୍ବରରୁ ଆରମ୍ଭ ହୋଇ ୨୪ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ୨୪ରେ ସନ୍ଧ୍ୟା ରିସେପ୍ସନ ଦିଆଯିବ। ୨୩ ସେପ୍ଟେମ୍ବରରେ ହଳଦୀ, ମେହେନ୍ଦି ଏବଂ ସଂଗୀତ ହେବ। ବିବାହରେ ଯୋଗଦେବା ପାଇଁ ସମ୍ପର୍କୀୟମାନେ ୨୨ ସେପ୍ଟେମ୍ବରରେ ଉଦୟପୁରରେ ପହଞ୍ଚିବେ। ଏହି ବିବାହରେ ପ୍ରିୟଙ୍କା ଏବଂ ନିକ ମଧ୍ୟ ଯୋଗଦେବାକୁ ଯାଉଛନ୍ତି।
ମେ ୧୩, ୨୦୨୩ରେ ଦିଲ୍ଲୀ କପୁରତାଲାରେ ଥିବା ରାଘବ ଚଢାଙ୍କ ଘରେ ଦୁହିଁଙ୍କ ନିର୍ବନ୍ଧରୀତି ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ପ୍ରାୟ ୧୫୦ ଜଣ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଥିଲା।
ରାଘବ ଏବଂ ପରିଣୀତି ପରସ୍ପରକୁ କଲେଜ ବେଳୁ ଜାଣିଥିଲେ। ଚଳିତ ବର୍ଷ ଜାନୁୟାରୀରେ ଉଭୟଙ୍କୁ ‘ଇଣ୍ଡିଆ ୟୁକେ ଆଉଟଷ୍ଟାଣ୍ଡିଙ୍ଗ ଆଚିଭର୍‌ ଅନର୍ସ’ରେ ସମ୍ମାନିତ କରାଯାଇଥିଲା। ଭାରତରେ ପ୍ରଥମଥର ପାଇଁ କେହି ଏହି ସମ୍ମାନ ପାଇଥିଲେ।
ନ୍ୟାଶନାଲ ଇଣ୍ଡିଆନ ଷ୍ଟୁଡେଣ୍ଟସ ଏବଂ ଆଲୁମିନି ୟୁନିଅନ (ଏନଆଇଏସଏୟୁ) ଏବଂ ଭାରତର ବ୍ରିଟିଶ କାଉନସିଲ ଏବଂ ବ୍ରିଟେନର ଅନ୍ତର୍ଜାତୀୟ ବାଣିଜ୍ୟ ବିଭାଗ (ଡିଆଇଟି)ର ମିଳିତ ସହଯୋଗରେ ଏହି ସମ୍ମାନ ସମାରୋହ ଆୟୋଜନ କରାଯାଇଥିଲା। ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରମାନଙ୍କୁ ଧ୍ୟାନରେ ରଖି ଏହି ସମାରୋହ କରାଯାଇଥିଲା। ବିଶେଷ କଥା ହେଉଛି ଭାରତୀୟ ଛାତ୍ରମାନଙ୍କ ସଫଳତାକୁ ବିଚାର କରି ଏଠାରେ ପାଳନ କରାଯାଇଥିଲା।
୧୫ ବର୍ଷ ପୂର୍ବେ ପରିଣୀତି ଚୋପ୍ରା ବ୍ରିଟେନର ମଞ୍ଚେଷ୍ଟର ସ୍କୁଲର ଛାତ୍ରୀ ଥିଲେ। ରାଘବ ଚଢା ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରୁ ଅଧ୍ୟୟନ କରିଛନ୍ତି। ଉଭୟ ପରିଣୀତି ଏବଂ ରାଘବ ଅଧ୍ୟୟନରେ ସ୍ମାର୍ଟ ଥିଲେ ଏବଂ ସେମାନଙ୍କ ଶ୍ରେଣୀର ଟପ୍ପର ମଧ୍ୟ ଥିଲେ।

 

View this post on Instagram

 

A post shared by Instant Bollywood (@instantbollywood)

 


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ...

ତିରୁପତି ମନ୍ଦିରରେ ବିବାହକୁ ନେଇ ଏମିତି କହିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଅନେକ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଣ୍ଟିବାରେ ସଫଳ ହୋଇଛନ୍ତି। ସେ ଗତ କିଛି ଦିନ ଧରି...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ...

ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri