ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ ବୋଲି ସେ ପ୍ରାର୍ଥନା କରିଛନ୍ତି। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି।

ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଛି ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ବୋଲି ନିଷ୍ପତ୍ତି ହୋଇଛି। ଏହି ସମୟରେ ପୁରୀ ରାଜା ଗଜପତି ମହାରାଜ ମଧ୍ୟ ଆସିପାରନ୍ତି ବୋଲି ଜଷ୍ଟିସ ରଥ ସୂଚନା ଦେଇଥିଲେ। ତେବେ ସୂଚନାନୁସାରେ ଗଜପତି ପୁରୀରେ ପହଞ୍ଚି ସାରିଛନ୍ତି। ଆଉ କିଛି ସମୟ ପରେ ସେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରିବେ।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପ
ନେଇଥିଲେ। ପରେ ନୂଆ ତାଲା ପକାଇ ସିଲ୍‌ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଗୁରୁବାର ପୁନର୍ବାର ସମାନ ଏସ୍‌ଓପି ଅନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ ଉପସ୍ଥିତ ରହିବେ। ହାଇମାଷ୍ଟ ଲାଇଟ୍‌ ବ୍ୟବସ୍ଥା କରାଯିବ। ସେହିପରି ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri