ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ ବୋଲି ସେ ପ୍ରାର୍ଥନା କରିଛନ୍ତି। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି।

ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଛି ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ବୋଲି ନିଷ୍ପତ୍ତି ହୋଇଛି। ଏହି ସମୟରେ ପୁରୀ ରାଜା ଗଜପତି ମହାରାଜ ମଧ୍ୟ ଆସିପାରନ୍ତି ବୋଲି ଜଷ୍ଟିସ ରଥ ସୂଚନା ଦେଇଥିଲେ। ତେବେ ସୂଚନାନୁସାରେ ଗଜପତି ପୁରୀରେ ପହଞ୍ଚି ସାରିଛନ୍ତି। ଆଉ କିଛି ସମୟ ପରେ ସେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରିବେ।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପ
ନେଇଥିଲେ। ପରେ ନୂଆ ତାଲା ପକାଇ ସିଲ୍‌ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଗୁରୁବାର ପୁନର୍ବାର ସମାନ ଏସ୍‌ଓପି ଅନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ ଉପସ୍ଥିତ ରହିବେ। ହାଇମାଷ୍ଟ ଲାଇଟ୍‌ ବ୍ୟବସ୍ଥା କରାଯିବ। ସେହିପରି ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri