ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା। ପରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳୁଛି। ସିନାପାଲି କେନ୍ଦୁମୁଣ୍ଡା ଗାଁ ମଞ୍ଚରେ ଶୁକ୍ରବାର ଯାତ୍ରାମଞ୍ଚସ୍ଥ ହେବାର ଥିଲା। ତାଙ୍କ ମୃତ୍ୟୁ ଖବର ଶୁଣି ଯାତ୍ରା ଜଗତରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily