Posted inଖେଳ

ସ୍ବାମୀଙ୍କ ପ୍ରଶଂସା କରିବା ପୂର୍ବରୁ ବିପକ୍ଷଙ୍କ ଅଧିନାୟକଙ୍କ ପାଇଁ ଏମିତି କହିଲେ ଧୋନୀଙ୍କ ସ୍ତ୍ରୀ: ସମସ୍ତେ କରୁଛନ୍ତି ବାଃ ବାଃ

ବିଶାଖାପାଟନମ,୧।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୧୬ଟି ବଲରେ ଏମଏସ ଧୋନୀ ୩୭ ରନର ଚମତ୍କାର ଇନିଂସ ଖେଳିଥିଲେ। ଏଥିରେ ୪ଟି ଚୌକା ଓ ୩ ଛକା ସାମିଲ ଥିଲା। ଧୋନୀଙ୍କ ଏହି ଇନିଂସ ଚେନ୍ନାଇ ପାଇଁ ମ୍ୟାଚ ଜିତି ପାରି ନ ଥିଲା, କିନ୍ତୁ ଏହା ନିଶ୍ଚିତ ଭାବରେ ପ୍ରଶଂସକଙ୍କ ହୃଦୟ ଜିତିଥିଲା। ଧୋନୀ ପ୍ରଥମ ଥର ପାଇଁ ଆଇପିଏଲ ୨୦୨୪ରେ ବ୍ୟାଟିଂ ଦେଖି ବହୁତ ଖୁସି ମନେ ହେଉଥିଲେ। ଧୋନୀଙ୍କ ବ୍ୟାଟିଂ ପ୍ରତି ଆଗ୍ରହ କେବଳ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ନୁହେଁ, ତାଙ୍କ ସ୍ତ୍ରୀ ସାକ୍ଷୀଙ୍କୁ ମଧ୍ୟ ଖୁସି କରିଥିଲା।
ଧୋନୀଙ୍କ ଚମତ୍କାର ବ୍ୟାଟିଂ ଦେଖିବା ପରେ ସାକ୍ଷୀ ସୋସିଆଲ ମିଡିଆ ମାଧ୍ୟମରେ ଏକ ଆକର୍ଷଣୀୟ ପ୍ରତିକ୍ରିୟା ଦେଇଥିଲେ। ମ୍ୟାଚ ପରେ ସାକ୍ଷୀ ଏକ ଇନଷ୍ଟାଗ୍ରାମର ଷ୍ଟାଟସ ଶେୟାର କରିଛନ୍ତି, ଯେଉଁଥିରେ ସେ ଧୋନୀଙ୍କ ‘ଷ୍ଟ୍ରାଇକର ଅଫ ଦି ମ୍ୟାଚ’ ପୁରସ୍କାର ଗ୍ରହଣ କରୁଥିବା ଏକ ଫଟୋ ପୋଷ୍ଟ କରିଛନ୍ତି। ଫଟୋ ଉପରେ ସେ ଲେଖିଛନ୍ତି, ଜଣାପଡି ନ ଥିଲା ଯେ ଆମେ ମ୍ୟାଚ ହାରିଛୁ। ଏହା ବ୍ୟତୀତ ସାକ୍ଷୀ ମଧ୍ୟ ଏହି ଷ୍ଟାଟସ ମାଧ୍ୟମରେ ରିଷଭ ପନ୍ତଙ୍କ ସ୍ବାଗତ କରିଥିଲେ। ସେ ଅନ୍ୟ ପଟେ ପନ୍ତଙ୍କ ପାଇଁ ଲେଖିଛନ୍ତି, ସର୍ବପ୍ରଥମେ ରିଷଭ ପନ୍ତଙ୍କୁ ସ୍ବାଗତ କରୁଛି। ସାକ୍ଷୀ ସିଂଙ୍କ ଏହି ପ୍ରତିକ୍ରିୟା ଭାଇରାଲ ହେବାରେ ଲାଗିଛି। ସାକ୍ଷୀଙ୍କ ଏହି ମନ୍ତବ୍ୟ ପାଇଁ ସମସ୍ତେ ତାଙ୍କୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?