ଖୋଲିବ ରତ୍ନଭଣ୍ଡାର; ଜଷ୍ଟିସ ରଥ କହିଲେ-”ଆଖି ଦେଖୁଛି ମୁଣ୍ଡକୁ ଯାଉଛି, ତୁଣ୍ଡକୁ ଯିବନି କି ହାତକୁ ଆସିବନି”

ପୁରୀ,୧୪।୭: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ଗୁରୁତ୍ୱପୂର୍ଣ୍ଣ ବୈଠକରେ କିଏ କିଏ ରତ୍ନଭଣ୍ଡାର ଭିତରକୁ ଯିବେ ସେ ନେଇ ନିଷ୍ପତ୍ତି ହୋଇଛି। ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ ରହିଛି। ଏହି ସମୟରେ ରତ୍ନ ଭଣ୍ଡାର ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ କରାଯିବ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ ବୋଲି ଜଷ୍ଟିସ ରଥ ସୂଚନା ଦେଇଛନ୍ତି।

ଏହି ଅବସରରେ ସେ କହିଛନ୍ତି ଯେ ସମସ୍ତେ ସ୍ଵଚ୍ଚ, ପବିତ୍ର ମନରେ ଏହି କାର୍ଯ୍ୟ କରିବାକୁ ଯାଉଛନ୍ତି। ରବିବାର ବସିଥିବା ବୈଠକରେ ସେ ସମସ୍ତଙ୍କୁ ସମର୍ପଣ ଭାବ ନେଇ କାମ କରିବାକ କହିଛନ୍ତି। ରତ୍ନଭଣ୍ଡାର ଭିତରକୁ ଯିବାକୁ ଥିବା ସଦସ୍ୟମାନଙ୍କୁ ସେ ପରାମର୍ଶ ଦେଇ କହିଛନ୍ତି ”ଆଖି ଦେଖୁଛି ମୁଣ୍ଡକୁ ଯାଉଛି, ତୁଣ୍ଡକୁ ଯିବନି କି ହାତକୁ ଆସିବନି”।

ଏହାର ଅର୍ଥ ହେଉଛି ”ଯାହା ଦେଖିବାକୁ ତାହାକୁ ସର୍ବସାଧାରଣରେ ପ୍ରକାଶ କରିବା ନାହିଁ, ଏହାକୁ ଏକ ଗୋପନ ସେବା ଭାବେ ସମାପନ କରାଯିବ, ରତ୍ନଭଣ୍ଡାରରେ ଗଛିତ ରତ୍ନାଳଙ୍କର ଗୁଡ଼ିକ ଠିକ ଅଛି କି ନାହିଁ କେତେ ରହିଛି ତାହାକୁ ପ୍ରକାଶ କରିବେ ନାହିଁ।”

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କ ନିକଟରେ ପୂଜାର୍ଚନା କରାଯାଇଛି, ପ୍ରଭୁ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସିଛି। ମନ୍ଦିର ଭିତରେ ବିମଳା ମନ୍ଦିରରେ ପୂଜା କରାଯାଇ କାର୍ଯ୍ୟ ଆରମ୍ଭ ହେବ। ସେହିପରି ମା’ ଲକ୍ଷ୍ମୀଙ୍କୁ ମଧ୍ୟ ପୂଜା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri