ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ

ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍‌.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଛି। ସେ ଆସନ୍ତା ୩୧ ତାରିଖରେ କାର୍ଯ୍ୟରୁ ଅବସର ନେଇଥାନ୍ତେ ବୋଲି ଜଣାପଡ଼ିଛି।
ସୂଚନାନୁଯାୟୀ, ବିଜୟଲକ୍ଷ୍ମୀଙ୍କୁ ଗତ ଦୁଇ ଦିନ ହେଲା ଜ୍ବର ହୋଇଥିଲା। ସେ ଦୋକାନରୁ କିଛି ଔଷଧ ନେଇ ଖାଇଥିଲେ। ମାତ୍ର ମଙ୍ଗଳବାର ଅପରାହ୍ନରେ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଗୁରୁତର ହେବାରୁ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ହେଲେ ଚିକିତ୍ସାବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ମୃତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କରି ଡାକ୍ତର ହୃଷିକେଶ ମହନ୍ତ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ଜିଲା ସ୍ବାସ୍ଥ୍ୟ ବିଭାଗୀୟ ଟିମ ଆସି ତାଙ୍କର ସ୍ବାବ ନେଇ ପରିକ୍ଷା କରିଥିଲେ। ଏଥିରେ ସେ କରୋନା ପଜିଟିଭ୍‌ ଥିବାର ନେଇ ସ୍ବାସ୍ଥ୍ୟବିଭାଗ ଜାଣିବାକୁ ପାଇଥିଲେ। ଏହାକୁ ନେଇ ରାତ୍ରରେ ତହସିଲଦାର ଅରୁଣ କୁମାର ନାୟକ , ଏନ୍‌ଏସି ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ମିଶ୍ର, ବିଡିଓ ସୀମାଞ୍ଚଳ ମହାନ୍ତି ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ମୃତଦେହର ତଦାରଖ କରିବା ସହ ଦାହଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଇବାରେ ଲାଗିଛନ୍ତି। ମୃତ ଶିକ୍ଷୟତ୍ରୀ ଜଣକ ପ୍ରଶାସନ ପକ୍ଷରୁ କରାଯାଇଥିବା ଘରକୁ ଘର ବୁଲି ହେଲଥ ସ୍କ୍ରିନିଂ ସର୍ଭେ କାର୍ଯ୍ୟରେ ନିୟୋଜିତ ହୋଇ ଏନ୍‌ଏସି ର ୱାର୍ଡ ନଂ-୧ ରେ କାର୍ଯ୍ୟ ମଧ୍ୟ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri