Posted inଖେଳ

ନିଷ୍ପତ୍ତି ପଛର କାରଣ କହିଲେ ଗାଙ୍ଗୁଲି

ଦୁବାଇ,୯।୧୨: ବିରାଟ କୋହଲିଙ୍କୁ ହଟାଇ ବୁଧବାର ରୋହିତ ଶର୍ମାଙ୍କୁ ଭାରତୀୟ ଦିନିକିଆ ଦଳର ଅଧିନାୟକ ଭାର ଦିଆଯାଇଥିଲା। କିନ୍ତୁ ପ୍ରକାଶ କରାଯାଇ ନ ଥିଲା ଏତେ ବଡ଼ ପରିବର୍ତ୍ତନ ପଛର କାରଣ। ଏହା ଉପରେ ପ୍ରଥମ ଥର ପାଇଁ ଗୁରୁବାର ମୁହଁ ଖୋଲିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି।

“ଉଭୟ ବିସିସିଆଇ ଓ ଚୟନକର୍ତ୍ତା ନେତୃତ୍ୱରେ ପରିବର୍ତ୍ତନ ଲାଗି ନିଷ୍ପତ୍ତି ନେଇଛନ୍ତି। ସତ କଥା ହେଲା, ଟି୨୦ ଦଳର ଅଧିନାୟକ ପଦ ନ ଛାଡ଼ିବା ପାଇଁ ବିସିସିଆଇ କୋହଲିଙ୍କୁ ଅନୁରୋଧ କରିଥିଲା। କିନ୍ତୁ ସେ ରାଜି ହେଲେ ନାହିଁ। ଏଣୁ ଚୟନକର୍ତ୍ତାଙ୍କୁ ସୀମିତ ଓଭର କ୍ରିକେଟ ପାଇଁ ଦୁଇଟି ଭିନ୍ନ ଭିନ୍ନ ଅଧିନାୟକ ରଖିବା ଉଚିତ ଲାଗି ନ ଥିଲା। ଏଣୁ କୋହଲି ଟେଷ୍ଟ ଦଳର ଅଧିନାୟକ ଭାବେ ଖେଳ ଜାରି ରଖିବେ ଏବଂ ରୋହିତଙ୍କୁ ଉଭୟ ଦିନିକିଆ ଓ ଟି୨୦ ଦଳର ନେତୃତ୍ୱ ଦେବାକୁ ନିଷ୍ପତ୍ତି ନେଇଥିଲୁ। ବିସିସିଆଇ ସଭାପତି ଭାବେ ମୁଁ ଓ ଚୟନ କମିଟି ମୁଖ୍ୟ କୋହଲିଙ୍କ ସହ କଥା ହୋଇଥିଲି। ” ବୋଲି ପୂର୍ବତନ ଟିମ୍‌ ଇଣ୍ଡିଆ ଅଧିନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri