Posted inଜାତୀୟ

ଶପଥ ନେବା ପୂର୍ବରୁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ଅଧିକାରୀ: ଆଜିଠାରୁ ଆରମ୍ଭ ହେବ…

କୋଲକାତା,୯।୫: ବରିଷ୍ଠ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ପଶ୍ଚିମବଙ୍ଗ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ସହ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା ପୂର୍ବରୁ ଶୁଭେନ୍ଦୁ ଏକ ବଡ଼ କଥା କହିଦେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ଆନନ୍ଦର ସହର’ରେ ସ୍ବାଗତ କରିବା ଏକ ଅତ୍ୟନ୍ତ ଗର୍ବ ଏବଂ ଆନନ୍ଦର ମୁହୂର୍ତ୍ତ। ଆଜି ସ୍ବାଧୀନତା ପରେ ପଶ୍ଚିମବଙ୍ଗରେ ପ୍ରଥମ ଭାଜପା ସରକାରଙ୍କ ଶପଥ ଗ୍ରହଣ ସମାରୋହର ସାକ୍ଷୀ ହୋଇ, ଆମେ ଆମର ପ୍ରତିଷ୍ଠାତାଙ୍କ ସ୍ବପ୍ନକୁ ସାକାର କରୁଛୁ। ଆଜି ଦଶନ୍ଧି ଧରି ଚାଲିଥିବା କୁଶାସନର ଅନ୍ତ ଏବଂ ବିକାଶ, ଶାନ୍ତି ଏବଂ ସମୃଦ୍ଧିର ‘ଡବଲ-ଇଞ୍ଜିନ’ ଯୁଗର ଆରମ୍ଭ। ‘ସୋନାର ବଙ୍ଗଳା’ ଯୁଗ ଆନୁଷ୍ଠାନିକ ଭାବରେ ଆରମ୍ଭ ହେଉଛି। ସ୍ବାଗତ, ପ୍ରଧାନମନ୍ତ୍ରୀ।

ସୂଚନାଯୋଗ୍ୟ, ଭାଜପା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାମ ପ୍ରସ୍ତାବ ଦିଆଯିବା ପରେ ନବନିର୍ବାଚିତ ଭାଜପା ବିଧାୟକ ଏବଂ ବରିଷ୍ଠ ଦଳୀୟ ନେତାମାନେ ସର୍ବସମ୍ମତ ସମର୍ଥନ ଜଣାଇଥିଲେ। ଶୁଭେନ୍ଦୁ ବିଧାୟକ ଦଳ ନେତା ନିର୍ବାଚିତ ହେଲେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଘୋଷଣା କରିଥିଲେ। ଏହି ଅବସରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ। ତେବେ ମୋଟ ୮ଟି ପ୍ରସ୍ତାବ ଆସିଥିବାବେଳେ ସବୁଥିରେ ଗୋଟିଏ ନାମ ଥିଲା। ଦ୍ୱିତୀୟ ନାମ ପାଇଁ ପର୍ଯ୍ୟାପ୍ତ ସମୟ ଦିଆଯିବା ସତ୍ତ୍ୱେ ଅନ୍ୟ କୌଣସି ନାମ ପ୍ରସ୍ତାବ ଆସି ନ ଥିଲା। ତେଣୁ ଶୁଭେନ୍ଦୁଙ୍କୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଘୋଷଣା କରାଗଲା ବୋଲି ବୈଠକ ଶେଷରେ ଶାହା କହିଥିଲେ। ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ରାଜ୍ୟରେ ତୃଣମୂଳ କଂଗ୍ରେସର ୧୫ ବର୍ଷ ଶାସନର ଅନ୍ତ ହୋଇଛି।

ଏକଦା ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଥିବା ଶୁଭେନ୍ଦୁ ୨୦୨୦ ଡିସେମ୍ବରରେ ଭାଜପାରେ ଯୋଗଦେଇଥିଲେ। ପଶ୍ଚିମବଙ୍ଗରେ ଭାଜପା ପ୍ରଚାରର ସେ କେନ୍ଦ୍ରୀୟ ଚେହେରା ଥିଲେ ଏବଂ ସାରା ରାଜ୍ୟରେ ଦଳୀୟ ସଂଗଠନକୁ ସମ୍ପ୍ରସାରଣ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ୨୦୨୧ ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରେ ମମତାଙ୍କୁ ପରାଜିତ କରିବା ପରେ ଶୁଭେନ୍ଦୁଙ୍କ ରାଜନୈତିକ ପ୍ରତିଷ୍ଠା ଦ୍ରୁତଗତିରେ ବଢ଼ିଥିଲା। ନିକଟରେ ଶେଷ ହୋଇଥିତ୍ବା ନିର୍ବାଚନରେ ସେ ଭବାନୀପୁର ଆସନରେ ମମତାଙ୍କୁ ୧୫,୦୦୦ରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ପରାଜିତ କରିଛନ୍ତି। ଏଥିସହିତ ସେ ନନ୍ଦିଗ୍ରାମ ଆସନରେ ମଧ୍ୟ ବିଜୟୀ ହୋଇଛନ୍ତି। ୯ ତାରିଖରେ କୋଲକାତାର ବ୍ରିଗେଡ୍‌ ପରେଡ୍‌ ଗ୍ରାଉଣ୍ଟରେ ନୂଆ ଭାଜପା ସରକାର ଶପଥ ନେବାକୁ ଯାଉଥିବାବେଳେ ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶାହା, ଏନ୍‌ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ବହୁ ବରିଷ୍ଠ ଭାଜପା ନେତା ଉପସ୍ଥିତ ରହିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ଶୁଭେନ୍ଦୁଙ୍କ କ୍ୟାବିନେଟ୍‌ରେ ଜଣେ ମହିଳାଙ୍କ ସମେତ ୨ ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇପାରନ୍ତି ବୋଲି ସୂତ୍ରରୁ ଜଣାପଡ଼ିଛି।

 

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri