Posted inଜାତୀୟ

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ସେମିଫାଇନାଲ ପାଇଁ ଅଣ୍ଟା ଭିଡ଼ିଲା ଭାଜପା…

ନୂଆଦିଲ୍ଲୀ, ୧୩।୯ : ଆସନ୍ତା ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରସ୍ତୁତି ହୋଇଛି। ମଙ୍ଗଳବାର ଅନୁଷ୍ଠିତ ବିଜେପିର ବରିଷ୍ଠ ନେତାଙ୍କ ବୈଠକରେ ନିଷ୍ପତ୍ତି ନିଆଯାଇଛି ଯେ ଆସନ୍ତା କିଛି ଦିନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ନିୟମିତ ବ୍ୟବଧାନରେ ଆରମ୍ଭ ହେବ।

ଏହି ରାଲିଗୁଡିକର ସମ୍ପୂର୍ଣ୍ଣ ବ୍ଲୁ ପ୍ରିଣ୍ଟ ଏବଂ ରୂପରେଖ ପ୍ରସ୍ତୁତ କରିବାକୁ ରାଜ୍ୟଗୁଡିକର ଇନ-ଚାର୍ଜମାନଙ୍କୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଆକଳନ ଅନୁଯାୟୀ ଆସନ୍ତା ମାସରୁ ଏସବୁ ହେଭିଓ୍ବେଟ ନେତାଙ୍କ ରାଲି ଆରମ୍ଭ ହେବ। ଏଭଳି ଯୋଜନା କରି ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିଧାନସଭା ସେମିଫାଇନାଲ ପାଇଁ ଭାଜପା ଅଣ୍ଟା ଭିଡ଼ିଛି।

ଦଳୀୟ ସୂତ୍ରରୁ ଜଣାପଡିଛି ଯେ ଯେଉଁ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ସେହି ରାଜ୍ୟରେ ପ୍ରସ୍ତୁତିର ସମ୍ପୂର୍ଣ୍ଣ ସୂଚନା ଗତ ସପ୍ତାହରେ ଦଳର ତିନିଜଣ ବରିଷ୍ଠ କାର୍ଯ୍ୟାଳୟ ଅଧିକାରୀଙ୍କ ଦ୍ୱାରା ନିଆଯାଇଥିଲା। ସୂଚନାନୁସାରେ, ମଙ୍ଗଳବାର ବୈଠକରେ ଗତ ସପ୍ତାହରେ ଅନୁଷ୍ଠିତ ବୈଠକର ଫଳାଫଳ ଉପରେ ଆଲୋଚନା କରାଯାଇଥିଲା।

ସୂତ୍ରରୁ ପ୍ରକାଶ ଯେ ଲୋକସଭା ଦୃଷ୍ଟିକୋଣରୁ ଦଳ ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଆସନ ଜିତିବାର ଗଣିତ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେଇଛି। ଦଳ ସହ ଜଡିତ ବରିଷ୍ଠ ନେତାମାନେ କହିଛନ୍ତି ଯେ ଏହି ନିର୍ଦ୍ଦେଶାବଳୀ ପାଇଁ ରାଜ୍ୟର ଇନ-ଚାର୍ଜଙ୍କୁ ପ୍ରଦାନ କରାଯାଇଛି। ସେହି ରାଜ୍ୟଗୁଡିକର ଇନ-ଚାର୍ଜଙ୍କର ସମ୍ପୂର୍ଣ୍ଣ ରିପୋର୍ଟ ମଧ୍ୟ କେନ୍ଦ୍ରୀୟ ହାଇ କମାଣ୍ଡ ଦ୍ୱାରା ଗ୍ରହଣ କରାଯାଇଛି। ଉତ୍ତର ପୂର୍ବର କେତେକ ରାଜ୍ୟର ବ୍ଲୁ ପ୍ରିଣ୍ଟ ଏପର୍ଯ୍ୟନ୍ତ ପ୍ରସ୍ତୁତ ହୋଇନାହିଁ। ସାଧାରଣତଃ ସମସ୍ତ ପ୍ରସ୍ତୁତି ଦକ୍ଷିଣ ରାଜ୍ୟରେ କରାଯାଇଛି। ବରିଷ୍ଠ ନେତାମାନେ କହିଛନ୍ତି ଯେ ସର୍ବପ୍ରଥମେ ଦକ୍ଷିଣ ଭାରତରେ ଭାଜପା ହେଭିଓ୍ବେଟ ନେତାଙ୍କ ଗସ୍ତ ଏବଂ ନିୟମିତ ରାଲି ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri