Posted inଖେଳ

୨୦୨୫ ଆଇପିଏଲ୍‌ ପୂର୍ବରୁ ଏମିତି ପ୍ରଶ୍ନ କଲେ ରିଷଭ ପନ୍ତ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୧୦: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଭାବରେ ଦେଖିବାକୁ ମିଳିଥିଲା। ପନ୍ତଙ୍କ ଅଧିନାୟକତ୍ୱରେ ଦିଲ୍ଲୀ ପଏଣ୍ଟ ଟେବୁଲରେ ଷଷ୍ଠ ସ୍ଥାନ ହାସଲ କରିବା ପରେ ଏଲିମିନେଟ୍‌ ହୋଇଥିଲା। ଆଇପିଏଲ ୨୦୨୫ ପୂର୍ବରୁ ଦିଲ୍ଲୀର ମୁଖ୍ୟ କୋଚ ରିକି ପଣ୍ଟିଂ ଦଳରୁ ଅଲଗା ହୋଇଯାଇଛନ୍ତି। ଏବେ ଅଧିନାୟକ ରିଷଭ ପନ୍ତ ଏମିତି ଏକ ପ୍ରଶ୍ନ କରିଛନ୍ତି ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପନ୍ତ ପ୍ରଶଂସକମାନଙ୍କୁ ପଚାରିଥିଲେ, ତାଙ୍କୁ ନିଲାମରେ କେତେ ବିକ୍ରି କରାଯିବ? ପନ୍ତ ତାଙ୍କ ମୂଲ୍ୟ ପଚାରିବା ମାତ୍ରେ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା ଯେ ସେ ଆଇପିଏଲ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିବେ।

ପନ୍ତଙ୍କ ଏହି ପୋଷ୍ଟ ଉପରେ କମେଣ୍ଟ ମାଧ୍ୟମରେ ପ୍ରଶଂସକମାନେ ତାଙ୍କ ମୂଲ୍ୟ ବିଷୟରେ କହିଥିଲେ। ଜଣେ ୟୁଜର୍ସ ଲେଖିଛନ୍ତି, ୨୦ କୋଟିରୁ ଅଧିକ। ଅନ୍ୟ ଜଣେ ୟୁଜର୍ସ ଲେଖିଛନ୍ତି, ତୁମେ ଅମୂଲ୍ୟ। ତୁମେ କିମ୍ବଦନ୍ତୀ।

ପନ୍ତ ଏପର୍ଯ୍ୟନ୍ତ ଆଇପିଏଲରେ ମୋଟ ୧୧୧ ମ୍ୟାଚ ଖେଳିଛନ୍ତି। ଏହି ମ୍ୟାଚଗୁଡିକର ୧୧୦ ଇନିଂସରେ ବ୍ୟାଟିଂ କରି ସେ ହାରାହାରି ୩୫.୩୧ ଏବଂ ଷ୍ଟ୍ରାଇକ ରେଟ ୧୪୮.୯୩ରେ ୩୨୮୪ରନ କରିଛନ୍ତି। ପନ୍ତ ଗୋଟିଏ ଶତକ ଏବଂ ୧୮ ଅର୍ଦ୍ଧଶତକ ହାସଲ କରିଛନ୍ତି। ପନ୍ତ ୨୦୧୬ରେ ଆଇପିଏଲ ଡେବ୍ୟୁ କରିଥିଲେ। ସେ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ କେବଳ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳିଛନ୍ତି। ପନ୍ତ ଦିଲ୍ଲୀ ଛାଡିବେ କି ନାହିଁ ତାହା ଦେଖିବା ମଜାଦାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri