Posted inଖେଳ

୨୦୨୫ ଆଇପିଏଲ୍‌ ପୂର୍ବରୁ ଏମିତି ପ୍ରଶ୍ନ କଲେ ରିଷଭ ପନ୍ତ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୨।୧୦: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଆଇପିଏଲ ୨୦୨୪ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଭାବରେ ଦେଖିବାକୁ ମିଳିଥିଲା। ପନ୍ତଙ୍କ ଅଧିନାୟକତ୍ୱରେ ଦିଲ୍ଲୀ ପଏଣ୍ଟ ଟେବୁଲରେ ଷଷ୍ଠ ସ୍ଥାନ ହାସଲ କରିବା ପରେ ଏଲିମିନେଟ୍‌ ହୋଇଥିଲା। ଆଇପିଏଲ ୨୦୨୫ ପୂର୍ବରୁ ଦିଲ୍ଲୀର ମୁଖ୍ୟ କୋଚ ରିକି ପଣ୍ଟିଂ ଦଳରୁ ଅଲଗା ହୋଇଯାଇଛନ୍ତି। ଏବେ ଅଧିନାୟକ ରିଷଭ ପନ୍ତ ଏମିତି ଏକ ପ୍ରଶ୍ନ କରିଛନ୍ତି ଯାହାକୁ ନେଇ ବେଶ୍‌ ଚର୍ଚ୍ଚା ହେଉଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପନ୍ତ ପ୍ରଶଂସକମାନଙ୍କୁ ପଚାରିଥିଲେ, ତାଙ୍କୁ ନିଲାମରେ କେତେ ବିକ୍ରି କରାଯିବ? ପନ୍ତ ତାଙ୍କ ମୂଲ୍ୟ ପଚାରିବା ମାତ୍ରେ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା ଯେ ସେ ଆଇପିଏଲ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିବେ।

ପନ୍ତଙ୍କ ଏହି ପୋଷ୍ଟ ଉପରେ କମେଣ୍ଟ ମାଧ୍ୟମରେ ପ୍ରଶଂସକମାନେ ତାଙ୍କ ମୂଲ୍ୟ ବିଷୟରେ କହିଥିଲେ। ଜଣେ ୟୁଜର୍ସ ଲେଖିଛନ୍ତି, ୨୦ କୋଟିରୁ ଅଧିକ। ଅନ୍ୟ ଜଣେ ୟୁଜର୍ସ ଲେଖିଛନ୍ତି, ତୁମେ ଅମୂଲ୍ୟ। ତୁମେ କିମ୍ବଦନ୍ତୀ।

ପନ୍ତ ଏପର୍ଯ୍ୟନ୍ତ ଆଇପିଏଲରେ ମୋଟ ୧୧୧ ମ୍ୟାଚ ଖେଳିଛନ୍ତି। ଏହି ମ୍ୟାଚଗୁଡିକର ୧୧୦ ଇନିଂସରେ ବ୍ୟାଟିଂ କରି ସେ ହାରାହାରି ୩୫.୩୧ ଏବଂ ଷ୍ଟ୍ରାଇକ ରେଟ ୧୪୮.୯୩ରେ ୩୨୮୪ରନ କରିଛନ୍ତି। ପନ୍ତ ଗୋଟିଏ ଶତକ ଏବଂ ୧୮ ଅର୍ଦ୍ଧଶତକ ହାସଲ କରିଛନ୍ତି। ପନ୍ତ ୨୦୧୬ରେ ଆଇପିଏଲ ଡେବ୍ୟୁ କରିଥିଲେ। ସେ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ କେବଳ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳିଛନ୍ତି। ପନ୍ତ ଦିଲ୍ଲୀ ଛାଡିବେ କି ନାହିଁ ତାହା ଦେଖିବା ମଜାଦାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri